ଭାରତୀୟ ଦଳକୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ବିଜୟୀ ଟିମ ଇଣ୍ଡିଆକୁ ଶୁଭେଚ୍ଛାର ସୁଅ । ଚାମ୍ପିଅନ୍ସ ଟ୍ରଫିରେ ଟିମ୍ ଇଣ୍ଡିଆ ୪ ଓ୍ୱିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଛି। ଏହାପରେ ଭାରତୀୟ ଦଳକୁ ସୋସିଆଲ ମିଡିଆରେ ଅଭିନନ୍ଦନର ସୁଅ ଛୁଟିଛି।
ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲେଖିଛନ୍ତି, ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିବା ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ଭାରତ ଏକମାତ୍ର ଦଳ ଭାବେ ଏହି ଟ୍ରଫିକୁ ତୃତୀୟ ଥର ଜିତିଛି। ଇତିହାସ ରଚିବା ପାଇଁ ଖେଳାଳି, ମ୍ୟାନେଜମେଣ୍ଟ ଓ ସପୋର୍ଟ ଷ୍ଟାଫ ସର୍ବାଧିକ ପ୍ରଶଂସାର ଅଧିକାରୀ। ଭାରତୀୟ କ୍ରିକେଟର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ରାଷ୍ଟ୍ରପତି ।

ପ୍ରଧାନମନ୍ତ୍ରୀ ମୋଦି ଟିମ୍ ଇଣ୍ଡିଆକୁ ଅଭିନନ୍ଦନ ଜଣାଇବା ସହ ଅବିଶ୍ୱସନୀୟ ମ୍ୟାଚ ଓ ଅବିଶ୍ୱସନୀୟ ଫଳାଫଳ ବୋଲି ଲେଖିଛନ୍ତି। ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତି ଘରକୁ ଆଣୁଥିବା ଆମ କ୍ରିକେଟ ଦଳ ପାଇଁ ଗର୍ବିତ। ପୂରା ଟୁର୍ନାମେଣ୍ଟରେ ଚମତ୍କାର ଖେଳିଥିବାରୁ ଓ ଜବରଦସ୍ତ ପ୍ରଦର୍ଶନ କରିଥିବାରୁ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପିଏମ ମୋଦି ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ