“ଭାରତ ପର୍ବ ୨୦୨୫’ରେ ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ୱର: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା “ଭାରତ ପର୍ବ-୨୦୨୫’ରେ ଓଡ଼ିଶାର ବର୍ଣ୍ଣାଢ଼୍ୟ ପ୍ରଜ୍ଞାପନ ମେଢ଼ ସାମିଲ ହେବ । ଏନେଇ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଏକ୍ସ’ରେ ସୂଚନା ଦିଆଯାଇଛି । “ସ୍ୱର୍ଣ୍ଣିମ ଭାରତରେ ହସ୍ତତନ୍ତ ଓ ବୟନର ଐତିହ୍ୟ ଓ ବିକାଶ’ ବିଷୟବସ୍ତୁ ଉପରେ ଆଧାରିତ ଓଡ଼ିଶାର ମେଢ଼ ଆମ ରାଜ୍ୟର ପ୍ରାଚୀନ ଐତିହ୍ୟକୁ ପ୍ରତିପାଦନ କରୁଛି ।

ନୂଆଦିଲ୍ଲୀ କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ-୨୦୨୪ରେ “ବିକଶିତ ଭାରତ’କୁ ନେଇ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଶ୍ରେଷ୍ଠ ହୋଇଥିଲା । ଦୀର୍ଘ ୩ ବର୍ଷ ପରେ ଜାତୀୟ ପରେଡ୍‌ରେ ସୁଯୋଗ ମିଳିଥିଲା । ଯିଦିଓ ଏଯାଏଁ ଜାତୀୟ ସାଧାରଣତନ୍ତ୍ର ଦିବସରେ ମେଢ଼ ସାମିଲ ନେଇ ସୂଚନା ମିଳିନାହିଁ କିନ୍ତୁ “ଭାରତ ପର୍ବ ୨୦୨୫’ରେ ସାମିଲ ହେବା ନେଇ ଏକ ପ୍ରକାର ନିଶ୍ଚିତ ହୋଇଥିବା ନେଇ ବିଭାଗ ପକ୍ଷରୁ କୁହାଯାଇଛି । ଏନେଇ ମେଢ଼ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇସାରିଛି । ଆସନ୍ତା ଜାନୁଆରୀ ୨୬ରୁ ୩୧ ତାରିଖ ପର୍ୟ୍ୟନ୍ତ ନୂଆଦିଲ୍ଲୀର ଲାଲକିଲ୍ଲା ଠାରେ ଏହି ଭାରତ ପର୍ବ ମହୋତ୍ସବ ଅନୁଷ୍ଠିତ ହେବ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ