
ମୟୁରଭଞ୍ଜ : ମୟୁରଭଞ୍ଜ ୧୮ ନଂ ଜାତୀୟ ରାଜପଥ ବମ୍ବେ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଶ୍ୟାମଳି ନାମକ ଘରୋଇ ବସ। ଭୁବନେଶ୍ୱରରୁ ଦିଲ୍ଲୀ ଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି।
ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ପୋଲିସ, ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀ। ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ସ୍ଥାନୀୟ ଶିର୍ଶା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡ୍ରାଇଭରର ଆଖି ଲାଗିଯାଇଥିବାରୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି।






