ଭିଜିଲାନ୍ସ ଜାଲରେ ଏସ୍‌ଆଇ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଏସ୍‌ଆଇ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବରଗଡ଼ ଜିଲ୍ଲା ବିଜେପୁର ଥାନା ଏସ୍‌ଆଇ ଜଗା ବରିହା । ଜଣେ ଡିଲରଙ୍କ ଠାରୁ ୭ ହଜାର ଟଙ୍କାର ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ତାଙ୍କ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି । ଏହାସହିତ ୩ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଜଣେ ସ୍କ୍ରାପ୍ ଡିଲରଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଧମକ ଦେଇ ବିଜେପୁର ଥାନା ଏସଆଇ ଜଗା ବରିହା ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ହେଲେ ଡିଲର ଜଣଙ୍କ ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି ଅକ୍ଷମତା ପ୍ରକାଶ କରିବାରୁ ଜଗା ୭ ହଜାର ଟଙ୍କା ମାଗିଥିଲେ। ଅନ୍ୟ କୌଣସି ବିକଳ୍ପ ନଥିବାରୁ, ଡିଲର ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି କ୍ରମେ ଆଜି ଭିଜିଲାନ୍ସ ଏସଆଇଙ୍କ ଉପରେ ନଜର ରଖିଥିଲା। ଏସଆଇ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା। ଜଗାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ଏହାସହ ୩ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରୁଛି।

  • Related Posts

    ଗୁଳି-ବୋମା ଫୁଟାଇ ସୁନା ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

    ଜଂକିଆ,24/08:ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିସ୍ଥିତ ସାଇ ସୋନୁ ଅଳଙ୍କାର ଦୋକାନରୁ ଆଜି ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସରରେ ୮ ଜଣ ଦୁର୍ବୃତ୍ତ ଗୁଳି ଓ ବୋମା ଫୁଟାଇ ଭୟଭୀତ ଦୋକାନରେ ଥିବା…

    Continue reading
    ଦୁଇ ପୋଲିସ ସବ୍ ଇନ୍ସପେକ୍ଟରଙ୍କୁ ସସପେଣ୍ଡ୍

    ଢେଙ୍କାନାଳ: ଢେଙ୍କାନାଳରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଦୁଇ ପୋଲିସ ସବ୍ ଇନ୍ସପେକ୍ଟରଙ୍କୁ ସସପେଣ୍ଡ୍ କରିଛନ୍ତି ଏସପି। ସଦର ଥାନାର ରୋଜାଲିନ ମିଞ୍ଜ ଓ ଟାଉନ ଥାନାର ଉତ୍କଳ ବିଜୟ ମହାନ୍ତି ନିଲମ୍ବିତ ହୋଇଛନ୍ତି। ବାରମ୍ବାର ଅଭିଯୋଗ କରିବା ସତ୍ତ୍ଵେ କୌଣସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦିଲ୍ଲୀରଠାରେ ଓପନ୍‌ ଏଆଇର ପ୍ରଥମ ଅଫିସ୍‌ ଖୋଲିବ

    ସ୍ବଦେଶୀ ସାମଗ୍ରୀ କିଣନ୍ତୁ ଓ ବିଦେଶୀ ସାମଗ୍ରୀ ବିକ୍ରି କରିବାରୁ ବିରତ ରୁହନ୍ତୁ : ପ୍ରଧାନମନ୍ତ୍ରୀ

    ଗମ୍ଭୀର ଅପରାଧର ଅଭିଯୁକ୍ତଙ୍କୁ ଦଳରେ ସାମିଲ କରି ମାମଲାର ସମାଧାନ କରୁଥିବା ମନ୍ତ୍ରୀ/ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ପଦବୀ ଛାଡିବା ଉଚିତ କି?: ଅରବିନ୍ଦ କେଜରିୱାଲ

    ୪୮ କିଗ୍ରା ବିଭାଗରେ ସ୍ୱର୍ଣ୍ଣ ପଦକ ହାସଲ କଲେ ମୀରାବାଈ ଚାନୁ

    ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ

    ଓଡ଼ିଶା ହେବ ଇଲେକ୍ଟ୍ରୋନିକ୍ସ ହବ୍‌: ନୂତନ ନୀତି-୨୦୨୫କୁ ଅନୁମୋଦନ