
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ ବିଜୟ ମହାନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟଙ୍କ ଘରେ ଭିଜିଲାନ୍ସ ରେଡ୍। ଭଦ୍ରକ ଓ ବାଲେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ବର, କେନ୍ଦୁଝର, ବାଲେଶ୍ବରରେ ରେଡ୍ ଚାଲିଛି। ବିଜୟଙ୍କ ପୈତୃକ ଘର ସହ ଭଦ୍ରକ କାର୍ୟ୍ୟାଳୟରେ ମଧ୍ୟ ଚଢ଼ାଉ ହୋଇଛି।
ସୂଚନାନୁୁଯାୟଏହି ଚଢାଉରେ ୪ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ବିଜୟଙ୍କ ଭଦ୍ରକ ଟାଉନ ସ୍ଥିତ ତିନି ମହଲା ଘର, ବସ୍ତା ନରସିଙ୍ଗଡିହା ସ୍ଥିତ ଦୁଇ ମହଲା ଘର, ଭଦ୍ରକ ସ୍ଥିତ ଘର ଏବଂ ଭୁବନେଶ୍ଵର ମଳିପଡା ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି।


