ଭିଜିଲାନ୍ସ ଜାଲରେ ସୁପରଭାଇଜର

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ସୁପର ଭାଇଜର । ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମେଡିକାଲ ସୁପରଭାଇଜର ଲକ୍ଷ୍ମୀ ମହାରଣା । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ୟ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧାରା ପଡିଛନ୍ତି ।
ସୂଚନା ଅନୁସାରେ, ତଲଝାପି ପଞ୍ଚାୟତର ତିମି ଜଣଙ୍କ ଠାରୁ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ଡାକ୍ତରଖାନାରେ କାର୍ୟ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଲାଞ୍ଚ ମାଗିଥିଲେ । ଏନେଇ ସମସ୍ତେ କଳାହାଣ୍ଡି ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ । ୩ଜଣ ୪ ହଜାର ରଙ୍ଗବୋଳା ଟଙ୍କା ଲକ୍ଷ୍ମୀ ମହାରଣାଙ୍କୁ ଦେବା ପରେ ଆଗରୁ ଛପି ରହିଥିବା ଭିଜିଲାନ୍ସ ଲକ୍ଷ୍ମୀ ମହାରଣାଙ୍କୁ ରଙ୍ଗବୋଳା ଟଙ୍କା ସହ କାବୁ କରିଥିଲେ। ପୁର୍ବରୁ ପ୍ରତ୍ୟେକ ଆବେଦନକାରୀଙ୍କ ଠାରୁ ୨ହଜାର ଲେଖାଏ ଆଦାୟ କରି ପ୍ରମାଣପତ୍ର ଦେଉଥିଲେ। ଯିଏ ଲାଞ୍ଚ ନ ଦେଲା ତାଙ୍କୁ ଲାଞ୍ଚୁଆ ସୁପର ଭାଇଜର ଲକ୍ଷ୍ମୀ ମହାରଣା ମାସ ମାସ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ ମଧ୍ୟ ହୋଇଥିଲା। ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ ଡିଏସପି ପ୍ରଦୀପ ଆଇଣ୍ଡ, ଇନ୍ସପେକ୍ଟର ପ୍ରମିଳା ସୁନା, ଏଏସଆଇ ସଞ୍ଜୟ କୁମାର ସାହୁ, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ସାମିଲ ଥିଲେ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ