ଭିସୁଟ୍‌ରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଭିସୁଟ୍‌ରେ ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ ତାରିଖରେ ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡି ମୃତ୍ୟୁ ବରଣ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ ଭିସୁଟ୍‌ କର୍ତ୍ତୃପକ୍ଷ । କେବଳ ସେତିକି ନୁହେଁ, ୫ଜଣ ଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି ।

କିଛି ଜଣ ଛାତ୍ରଙ୍କ ଗ୍ରେଡ କମାଇ “ଏଫ” କରିବାକୁ ନିଷ୍ପତ୍ତି ହେବା ସହ ୫୦୦୦ ଟଙ୍କା ଫାଇନ୍‌ ହୋଇଛି । ସେହିପରି DSW ତତ୍ତ୍ୱାବଧାନରେ ସାମାଜିକ କାମ କରିବାକୁ ନିର୍ଦ୍ଦେଶ ହୋଇଛି । କାରଣ ଭିସୁଟ୍‌ ଛାତ୍ରଛାତ୍ରୀଙ୍କୁ ସମ୍ବେଦନଶୀଳ ଅଞ୍ଚଳକୁ ଯିବା ନେଇ କଟକଣା ଲାଗିଥିଲା । ଏହାକୁ ମାନି ନଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି ।

କହିରଖୁ କି, ଏପ୍ରିଲ ୧୦ ତାରିଖରେ ୭ ଜଣ ସାଙ୍ଗ ଏକାଠି ହୋଇ ହୀରାକୁଦ ଜଳଭଣ୍ଡାରର ଫିସରି ଅଞ୍ଚଳକୁ ଭୋଜି କରିବାକୁ ଯାଇଥିଲେ । ଗାଧୋଉଥିବା ସମୟରେ ଅସବାଧାନତା ବଶତଃ ଇଲେକ୍ଟ୍ରିକାଲ ଇଂଜିନିୟରିଂ ବିଭାଗର ଶେଷ ବର୍ଷର ଛାତ୍ରୀ ଶାଶ୍ବତୀ ଭୋଇ ପାଣିରେ ବୁଡି ଯାଇଥିଲେ । ସାଙ୍ଗମାନେ ଉଦ୍ଧାର କରି ବୁର୍ଲା ମେଡିକାଲକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

  • Garvita Odia

    Related Posts

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼,…

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଡୁଲିଙ୍ଗା ନିକଟରେ ଦୁର୍ଘଟଣା । ଯାତ୍ରୀବାହୀ ବସ୍‌ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ମହିଳାଙ୍କ ସୁରକ୍ଷା ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ

    ମହିଳାଙ୍କ ସୁରକ୍ଷା ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭିସୁଟ୍‌ରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ଭିସୁଟ୍‌ରେ ୧୦୦  ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

    ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା