ଭିସୁଟ୍‌ରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଭିସୁଟ୍‌ରେ ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ ତାରିଖରେ ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡି ମୃତ୍ୟୁ ବରଣ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ ଭିସୁଟ୍‌ କର୍ତ୍ତୃପକ୍ଷ । କେବଳ ସେତିକି ନୁହେଁ, ୫ଜଣ ଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି ।

କିଛି ଜଣ ଛାତ୍ରଙ୍କ ଗ୍ରେଡ କମାଇ “ଏଫ” କରିବାକୁ ନିଷ୍ପତ୍ତି ହେବା ସହ ୫୦୦୦ ଟଙ୍କା ଫାଇନ୍‌ ହୋଇଛି । ସେହିପରି DSW ତତ୍ତ୍ୱାବଧାନରେ ସାମାଜିକ କାମ କରିବାକୁ ନିର୍ଦ୍ଦେଶ ହୋଇଛି । କାରଣ ଭିସୁଟ୍‌ ଛାତ୍ରଛାତ୍ରୀଙ୍କୁ ସମ୍ବେଦନଶୀଳ ଅଞ୍ଚଳକୁ ଯିବା ନେଇ କଟକଣା ଲାଗିଥିଲା । ଏହାକୁ ମାନି ନଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି ।

କହିରଖୁ କି, ଏପ୍ରିଲ ୧୦ ତାରିଖରେ ୭ ଜଣ ସାଙ୍ଗ ଏକାଠି ହୋଇ ହୀରାକୁଦ ଜଳଭଣ୍ଡାରର ଫିସରି ଅଞ୍ଚଳକୁ ଭୋଜି କରିବାକୁ ଯାଇଥିଲେ । ଗାଧୋଉଥିବା ସମୟରେ ଅସବାଧାନତା ବଶତଃ ଇଲେକ୍ଟ୍ରିକାଲ ଇଂଜିନିୟରିଂ ବିଭାଗର ଶେଷ ବର୍ଷର ଛାତ୍ରୀ ଶାଶ୍ବତୀ ଭୋଇ ପାଣିରେ ବୁଡି ଯାଇଥିଲେ । ସାଙ୍ଗମାନେ ଉଦ୍ଧାର କରି ବୁର୍ଲା ମେଡିକାଲକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ