ନୂଆଦିଲ୍ଲୀ: ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ସେ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ।
କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ଏ ନେଇ ସୂଚନା ଜାରି କରିଛି। ୨ ବର୍ଷ ପର୍ୟ୍ୟନ୍ତ ସେ ଏହି ପଦରେ ରହିବେ। ଭି ନାରାୟଣନଙ୍କ ପଖରେ ପ୍ରାୟ ୪ ଦଶନ୍ଧିର ଅନୁଭବ ରହିଛି। ସେ ଭାରତୀୟ ଅନ୍ତରୀକ୍ଷ ସଂଗଠନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ରହିଆସିଛନ୍ତି।




