ଭୁବନେଶ୍ବରକୁ ଲାଗି ସରକାର ଗଢ଼ିବେ ଅତ୍ୟାଧୁନିକ ନୂ୍ଆ ସହର

ଭୁବନେଶ୍ବର,30।09: ରାଜଧାନୀ ଭୁବନେଶ୍ବରକୁ ଲାଗି ଆଉ ଏକ ନୂ୍ଆ ସହର ଗଢ଼ିବେ ରାଜ୍ୟ ସରକାର। ଗୋଠପାଟଣା, ମଳିପଡ଼ା ଓ ଦାଶପୁରରେ ୭୮୯ ଏକର ଜାଗାରେ ପ୍ରସ୍ତାବିତ ନୂଆ ସହର ଗଢ଼ିବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର। ଗୁଜରାଟର ଢୋଲେରା ସହର ଭଳି ଏହାକୁ ଅତ୍ୟାଧୁନିକ ରୂପ ଦିଆଯିବ। ଯାହା ରାଜଧାନୀଠାରୁ ବି ଆହୁରି ଚାକଚକ୍ୟ ଓ ଅତ୍ୟାଧୁନିକ ଜ୍ଞାନକୌଶଳରେ ପରିପୂର୍ଣ୍ଣ ହେବ। କେବଳ ରହଣୀ ଉପଯୋଗ୍ୟ ନୁହେଁ, ବ୍ୟବସାୟର ବି ପ୍ରାଣକେନ୍ଦ୍ର କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ବିଶେଷ କରି ଆଇଟି କ୍ଷେତ୍ରର ବିକାଶକୁ ଏଠାରେ ପ୍ରାଧାନ୍ୟ ଦିଆଯାଇଛି। କିନ୍ତୁ ଦିଲ୍ଲୀ, ‌ବମ୍ବେ ଭଳି ବଡ଼ ବଡ଼ ସହରରେ ପରିବେଶଗତ ସମସ୍ୟାକୁ ନଜରରେ ରଖି ସବୁଜିମାକୁ ଏହି ପ୍ରକଳ୍ପରେ ବେଶ ଗୁରୁତ୍ବ ଦିଆଯାଇଛି। ପ୍ରକଳ୍ପ ପାଇଁ ଚିହ୍ନିତ ଅଞ୍ଚଳରେ ଥିବା ଜଙ୍ଗଲ ଜମିକୁ ସଂପୂର୍ଣ୍ଣ ସୁରକ୍ଷିତ ରଖାଯିବ। ପାର୍କ, ଗଛ ତଳେ ଛାୟାପ୍ରଦ ସ୍ଥାନ ଭଳି ଅନେକ ସୁବିଧା ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ନୂ୍ଆ ସହର(ନ୍ୟୁ ସିଟି) ପ୍ରକଳ୍ପ ପାଇଁ ଚିହ୍ନିତ ସ୍ଥାନରେ ୪୫ ପ୍ରତିଶତ କେବଳ ସବୁଜିମା ସହ ଖାଲି ଜାଗା ରଖିବାକୁ ନିଷ୍ପତ୍ତି ହୋଇଛି। ସେହି ଅନୁସାରେ ଯୋଜନାର ରୂପରେଖ ପ୍ରସ୍ତୁତ କରାଯାଉଛି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ