ଭୁବନେଶ୍ବରରେ ରୋଡ ଶୋ’ କରିବେ ମୋଦୀ

ଭୁବନେଶ୍ବର : ଭୁବନେଶ୍ବରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୯ ତାରିଖରେ ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ରୋଡ ଶୋ କରିବେ ପ୍ରଧାନମନ୍ତ୍ରୀ। ଏୟାରପୋର୍ଟ ରୁ ରାଜଭବନ ଯାଏଁ ରୋଡ଼ ଶୋ’ ହେବ। ଏ ନେଇ ବିଜେପି ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ୨୯ ତାରିଖ ଅପରାହ୍ନ ୪ଟା୧୫ ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବେ। ଏୟାରପୋର୍ଟରେ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ଏୟାରପୋର୍ଟ ନିକଟରେ ଏକ ସାଧାରଣ ସଭା ହେବ। ଏହାପରେ ଏୟାରପୋର୍ଟ ରୁ ରାଜଭବନ ଯାଏଁ ରୋଡ଼ ଶୋ’ ହେବ। ଏହା ପରେ ପାର୍ଟି ଅଫିସ ପ୍ରଧାନମନ୍ତ୍ରୀ ଆସିବେ। ବିଧାୟକ ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକରେ ଯୋଗ ଦେବେ। ୨ ଘଣ୍ଟା ଦଳୀୟ କାର୍ୟ୍ୟାଳୟରେ ରହିବା ସହ ସମସ୍ତଙ୍କ ସହ ଆଲୋଚନା କରିବେ। ପରେ ଡିଜି ସମ୍ମିଳନୀରେ ଯୋଗ ଦେବେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ୨୯, ୩୦ ଏବଂ ଡିସେମ୍ବର ୧ ରେ ଓଡିଶାରେ ଡିଜି ସମ୍ମିଳନୀ ଅନୁଷ୍ଠିତ ହେବ। ୩ ଦିନ ଧରି ହେବାକୁ ଥିବା ଡିଜି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ। ଡିଜି ସମ୍ମିଳନୀ ଶେଷ ହେବା ଯାଏଁ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହିବେ ।ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ୩ ଦିନ ଓଡ଼ିଶାରେ ରହି ସମ୍ମିଳନୀରେ ଯୋଗ ଦେବେ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ