ଭୁବନେଶ୍ବରରେ ୨୦୦୮ରୁ ରହୁଛନ୍ତି ପାକିସ୍ତାନୀ ମହିଳା

ଭୁବନେଶ୍ବର : ପହଲଗାମରେ ପର୍ୟ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ଭାରତରେ ରହୁଥିବା ପାକିସ୍ତାନୀଙ୍କୁ ୪୮ ଘଣ୍ଟା ମଧ୍ୟରେ ନିଜ ଦେଶକୁ ଫେରିବାକୁ ନିର୍ଦ୍ଦେଶ ଦେଇଛି। ଏହି କ୍ରମରେ ଦୀର୍ଘକାଳୀନ ଭିସା ବଳରେ ବସବାସ କରୁଥିବା ୧୨ ପାକିସ୍ତାନୀଙ୍କୁ ଓଡ଼ିଶାରୁ ବିଦା କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।
ଏହାରି ମଧ୍ୟରେ ଭୁବନେଶ୍ବରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ଜଣାପଡିଛି । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା । ତାଙ୍କର ଭିସା ଅବଧି ୨୦୨୪ରେ ଶେଷ ହୋଇଥିଲା । ଏହାପରେ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ନିମନ୍ତେ ଏଗଜିଟ୍‌ ଭିସା ପାଇଁ କମିଶନରେଟ୍‌ ପୁଲିସ ନିକଟରେ ଆବେଦନ କରିଥିଲେ କିନ୍ତୁ ସେ ଆବେଦନ ପଡି ରହିଥିଲା । ଏବେ ପହଲଗାମ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୁଲିସ ନୋଟିସ୍‌ ହୋଇଛି ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ