ଭୁବନେଶ୍ଵରରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ମୃତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ଵରରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଚାଲିଗଲା ଦୁଇଟି ଜୀବନ। ଦ୍ରୁତ ଗତିରେ ବୁଲେଟ ଚଳାଉଥିବା ବେଳେ ଦୁର୍ଘଟଣା। ହଠାତ୍ ସ୍ପିଡ ବ୍ରେକର ଆସିଯିବାରୁ ଭାରସାମ୍ୟ ହରାଇଲେ ବୁଲେଟ ଚାଳକ । ବୁଲେଟ ସହ ଇଲେକ୍ଟ୍ରିକ୍ ପୋଲ, ଗଛ ଏବଂ ପାର୍କିଂରେ ଥିବା କାର୍ ରେ ପିଟି ହେଲେ ଦୁଇ ଯୁବକ । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ପାଖରେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃକମାନେ ହେଲେ ଦୁଇ ଯୁବକ ହେଲେ ଦେବୀ ପ୍ରସାଦ ପରିଡା ଏବଂ ଅନ୍ଵେସ ସତ୍ୟଦର୍ଶନ ଦାସ। ଉଭୟ ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ହୋଇଥିବା ସୂଚନା । ସେପଟେ ନୟାପଲ୍ଲୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ବିଳମ୍ୱିତ ରାତିରେ ଦୁଇ ଜଣ ଯୁବକ ହାଇ ସ୍ପିଡରେ ବାଇକ ଚଲାଇ ଯାଉଥିଲେ । ଷ୍ଟୁଡିଓ ଛକରୁ ଫାୟର ଷ୍ଟେସନ୍ ଯିବା ବେଳେ କେ.ଭି. ୨ ଭାରସାମ୍ୟ ହରାଇଥିଲା ଗାଡି । ସେହି ସମୟରେ ଗାଡିର ବେଗ ଅଧିକ ଥିବାରୁ ଇଲେକ୍ଟ୍ରିକ୍ ପୋଲ, ଗଛ ଓ ପାର୍କିଂରେ ଥିବା କାର୍ ସହ ପିଟି ହୋଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ଦୁଇଜଣଙ୍କ ମୃତ୍ୟୁ ହୋଇଛି ।

  • Related Posts

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…

    Continue reading
    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା