ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ ଗତ ମାସରେ ଗଞ୍ଜାମ ଜିଲ୍ଲାରେ ଜଣେ ମହିଳା କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଥଣ୍ଡାଜ୍ୱର ଲାଗି ରହିଥିବାରୁ ସେ ଏମକେସିଜିରେ ବେଶ୍‌ କିଛି ଦିନ ହେବ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କର କରୋନା ଟେଷ୍ଟ କରା ଯାଇଥିଲା। ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭି ଆସିଥିଲା।
ଗଞ୍ଜାମରେ ଏହା କରୋନା ପଜିଟିଭ୍ ଚିହ୍ନଟ ହେବା ପୂର୍ବରୁ ଆନ୍ଧ୍ରପ୍ରଦେଶରେ ବେଶ୍ କିଛି ଲୋକ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେଠାରେ ଜୁନ୍ ୨୬ରୁ ଜୁଲାଇ ୧୬ ମଧ୍ୟରେ ୧୨ ଜଣ କୋଭିଡ୍ -୧୯ରେ ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ରୋଗୀ ସଂକ୍ରମଣର ଯୋଗୁ ପ୍ରାଣ ହରାଇଥିଲେ।

  • Related Posts

    ୧୧ ଛାତ୍ରଛାତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ: ୫ଜଣଙ୍କ କାଏମ

    ଦେବଗଡ଼:୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ହେଉଛି।ଯାହାକୁ ନେଇ ବର୍ତ୍ତମାନ ଦେବଗଡ ଜିଲ୍ଲାର ବିଭିନ୍ନ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇପଡିଛି।ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଥିବା‌ବେଳେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ…

    Continue reading
    ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ

    ଦେବଗଡ଼:ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀ ତଥା ରାଜ୍ୟ ଯୋଗାଣ ବିଭାଗର ଏମଡି କେ ସୁଦର୍ଶନ ଚକ୍ରବର୍ତ୍ତୀ ୨ ଦିନିଆ ଦେବଗଡ ଗସ୍ତରେ ଆସି ଆଜି ପୌରାଚଂଳ,ତିଲେଇବଣି ଏବଂ ବାରକୋଟ ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଶ୍ରୀ ଚକ୍ରବର୍ତ୍ତୀ ଜିଲ୍ଲା ମୁଖ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ