ଭୁବନେଶ୍ୱରରେ ଧରାପଡ଼ିଲା ହାଇଡ୍ରୋପୋନିକ୍ ଗଞ୍ଜେଇ

ଭୁବନେଶ୍ୱର: ବ୍ୟାଙ୍କକ୍‌ରୁ ଆସୁଥିଲା ହାଇଡ୍ରୋପୋନିକ୍ ଗଞ୍ଜେଇ । ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ବେଳେ ଧରାପଡ଼ିଲା ନିଶାଦ୍ରବ୍ୟ ଚାଲାଣ। ୪ ଜଣ ଯାତ୍ରୀଙ୍କଠାରୁ ପ୍ରାୟ ୧.୮୫ କୋଟି ଟଙ୍କା ମୂଲ୍ୟର ୫.୨୯୧ କିଲୋଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରାଯାଇଛି। ଡିଆରଆଇ ଓ କଷ୍ଟମ୍ସ ବିଭାଗର ମିଳିତ ଯାଞ୍ଚ ସମୟରେ ଏହି ନିଶାଦ୍ରବ୍ୟ ଠାବ ହୋଇଛି।ସୂଚନା ଅନୁଯାୟୀ, ନିର୍ଦ୍ଦିଷ୍ଟ ଗୁପ୍ତ ସୂଚନା ଆଧାରରେ ଡିଆରଆଇର ଭୁବନେଶ୍ୱର ରିଜିଓନାଲ୍ ୟୁନିଟ୍‌ର ଅଧିକାରୀମାନେ ବ୍ୟାଙ୍କକ୍‌ରୁ ବିମାନ ଯୋଗେ ଆସିଥିବା ୪ ଜଣ ଯାତ୍ରୀଙ୍କୁ ଅଟକାଇ ଯାଞ୍ଚ କରିଥିଲେ। ତିନି ଜଣ ଯାତ୍ରୀଙ୍କ ଚେକ୍‌-ଇନ୍ ବ୍ୟାଗେଜ୍ ଯାଞ୍ଚ ବେଳେ ସନ୍ଦେହଜନକ ପ୍ୟାକେଟ୍ ମିଳିଥିଲା ।

ବ୍ୟାଗ୍‌ ଭିତରେ ସ୍ୱତନ୍ତ୍ର ଭାବେ ତିଆରି ଗୁପ୍ତ ଚାମ୍ବରରେ ଏହି ପ୍ୟାକେଟ୍‌ଗୁଡ଼ିକୁ ଲୁଚାଇ ରଖାଯାଇଥିଲା । ସେହିପରି ଅନ୍ୟ ଜଣେ ଯାତ୍ରୀଙ୍କ ବ୍ୟାଗ୍‌ରେ କୁକୁର ଖାଦ୍ୟ ଲେଖାଥିବା ଏକ ଟିଣ ଡବାରୁ ୪୧୪ ଗ୍ରାମ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ ହୋଇଥିଲା । ଏହିପରି ଭାବେ ଚାରି ଜଣ ଯାତ୍ରୀଙ୍କଠାରୁ ମୋଟ ୫.୨୯୧ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ କରାଯାଇଛି । ଜବତ ଗଞ୍ଜେଇ ସହ ଚାରି ଜଣ ଯାତ୍ରୀଙ୍କୁ ପରବର୍ତ୍ତୀ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଭୁବନେଶ୍ୱର କଷ୍ଟମ୍ସର ଏୟାର ଇଣ୍ଟେଲିଜେନ୍ସ ୟୁନିଟ୍‌କୁ ହସ୍ତାନ୍ତର କରାଯାଇଛି । ଏହି ଚାଲାଣ ପଛରେ ଆଉ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ଅଧିକ ତଦନ୍ତ ଜାରି ରହିଛି ।

  • Related Posts

    ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି…

    Continue reading
    ଭୁବନେଶ୍ବରରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

    ଭୁବନେଶ୍ବର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି