ଭୁବନେଶ୍ୱରରେ ପହଞ୍ଚିଲେ ଜ୍ଞାନେଶ କୁମାର

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର । ସିଇସି ଶ୍ରୀ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପରିବାର ସହିତ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ପରେ ସେଠାରୁ କୋଣାର୍କ ମଧ୍ୟ ଗସ୍ତ କରିବେ । ୨୮ତାରିଖରେ ସିଇସି ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବା କାର‌୍ୟ୍ୟକ୍ରମ ରହିଛି। ୨୯ତାରିଖ ଅପରାହ୍ଣ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍‌ସ୍ତରୀୟ ଅଧିକାରୀଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ। ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବା କାର‌୍ୟ୍ୟକ୍ରମ ରହିଛି।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ