ଭୁବନେଶ୍ୱରରେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା, ଡିସିପିଙ୍କୁ ଭେଟି ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ଯୁବତୀଙ୍କୁ ତାଙ୍କ ଭଡ଼ାଘରେ ଜଣେ ମୁଖାପିନ୍ଧା ବ୍ୟକ୍ତି ପଶି ବନ୍ଧୁକ ଦେଖାଇ ଧମକ ଦେବା ସହ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧିମଣ୍ଡଳୀ ପୀଡ଼ିତାଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ ଘର ମାଲିକ ଓ ପଡ଼ୋଶୀମାନଙ୍କ ସହ ଆଲୋଚନା କରିଛି।

ଏହାପରେ ବିଜେଡି ପ୍ରତିନିଧିମଣ୍ଡଳୀ ଡିସିପିଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି। ପ୍ରତିନିଧିମଣ୍ଡଳୀ ପୋଲିସକୁ ନିରପେକ୍ଷ ତଦନ୍ତ କରିବାକୁ ଦାବି କରିଛି।ପୀଡ଼ିତାଙ୍କ ମର୍ଯ୍ୟାଦା, ଗୋପନୀୟତା ଓ ପରିଚୟକୁ ସମ୍ପୂର୍ଣ୍ଣ ସୁରକ୍ଷା ଦିଆଯିବା ସହ ଆଇନଗତ ପ୍ରକ୍ରିୟା ସମୟରେ ପୀଡ଼ିତା ଓ ତାଙ୍କ ପରିବାରକୁ ଆବଶ୍ୟକ ସମସ୍ତ ସହାୟତା ଓ ସୁରକ୍ଷା ଯୋଗାଇ ଦିଆଯାଉ ବୋଲି ପ୍ରତିନିଧିମଣ୍ଡଳୀ ଡିସିପିଙ୍କୁ କହିଥିଲେ। ।

ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ନେତୃତ୍ୱରେ ଯାଇଥିବା ଏହି ପ୍ରତିନିଧିମଣ୍ଡଳୀରେ ମେୟର ସୁଲୋଚନା ଦାସ, ରାଜ୍ୟସଭା ସାଂସଦ ସୁଲତା ଦେଓ, ସୁମିତ୍ରା ଜେନା, ଡ଼ ମିନତୀ ବେହେରା, ଡ଼ ଗୀତା ବସ୍ତିଆ, ଡ଼ ପ୍ରିୟବ୍ରତ ମାଝୀ, ମାନସୀ ସୁନ୍ଦରାୟ, ପଦ୍ମଜା ପ୍ରିୟଦର୍ଶିନୀ ଜେନା, ଅମୃତା ମିଶ୍ର, ରଶ୍ମିରାଣୀ ବେହେରା, ଭରତ କୁମାର ଲେଙ୍କା, ବିକ୍ରମ ରଞ୍ଜିତ ପଟ୍ଟନାୟକ, ନୀଳମାଧବ ମହାନ୍ତି, ଏସ୍.କେ. ରିହାନ୍ ପ୍ରମୁଖ ସାମିଲ ଥିଲେ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ