ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବେ ଆକ୍ସନ ମୋଡରେ । ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶୂନ୍ୟ ସହନଶୀଳତାର ନିଦର୍ଶନ ଦେଇଛନ୍ତି ।ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି।

ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ। ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା।

ଶ୍ରୀ ପିଲ୍ଲାଙ୍କର ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି ଏବଂ ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି।

ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମ୍ପୃକ୍ତ ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ