ଭୁବନେଶ୍ୱର ବିମାନବନ୍ଦରର ହେବ ସମ୍ପ୍ରସାରଣ

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ଟର୍ମିନାଲ ୩ର ସମ୍ପ୍ରସାରଣ ହେବ। ଏହି ଟର୍ମିନାଲରେ କେବଳ ଓଡ଼ିଆ କୀର୍ତ୍ତି, ପ୍ରଥା ଓ ପରମ୍ପରାର ଝଲକ ରହିବ। କୌଣସି ଆଧୁନିକତା ଝଲକ ରହିବ ନାହିଁ। ବିମାନ ଯାତ୍ରୀ ଓହ୍ଲାଇବା ପରେ ଓଡ଼ିଶାର ଗୌରବ ଗାଥା ବିଷୟରେ ଜାଣିପାରିବେ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜରପୁ କହିଛନ୍ତି।

ସେହିପରି ଭୁବନେଶ୍ଵର ବିମାନବନ୍ଦରରେ ଏବେ ମିଳିବ ଶସ୍ତା ଖାଦ୍ୟପାନୀୟ। ଏୟାରପୋର୍ଟ ଭିତରେ ଉଡାନ ଯାତ୍ରୀ କାଫେର ଶୁଭାରମ୍ଭ। ୧୦ ଟଙ୍କାରେ ଚା, କଫି, ପାଣି ବୋତଲ ଓ ନଡ଼ିଆ ଲଡ଼ୁ ମିଳିବ। ସେହିପରି ୨୦ ଟଙ୍କାରେ ସିଙ୍ଗଡ଼ା ମିଳିବ। ସବୁ ଯାତ୍ରୀ ଏହି ସୁଲଭ ସୁବିଧା ନେଇ ପାରିବେ। ଉଡାନ ଯାତ୍ରୀ କାଫେର ଉଦଘାଟନ ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏହା ଏକ ନୂଆ ପ୍ରୟାସ। ଏହାଦ୍ଵାରା ଯାତ୍ରୀମାନେ କମ୍ ଖର୍ଚ୍ଚରେ ସୁସ୍ୱାଦୁ ଖାଦ୍ୟ ପାଇପାରିବେ। ଗତବର୍ଷ ଡ଼ିସେମ୍ବର ମାସରେ ପ୍ରଥମେ କଲିକତାରେ ଏହି ଉଡାଣ ଯାତ୍ରୀ କାଫେ ଖୋଲା ହୋଇଥିଲା। ପରେ ଚେନ୍ନାଇ, ଅହମ୍ମଦାବାଦ, ପୁନେରେ ମଧ୍ୟରେ ଖୋଲିଛି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା । ଆସନ୍ତା ଏକବର୍ଷ ମଧରେ ଦେଶର ୧୦ ରୁ ୧୫ ବଡ଼ ବିମାନବନ୍ଦରରେ ଏହି କାଫେ ଖୋଲିବ ବୋଲି ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ