ଭୁଶୁଡ଼ିଲାମାଟି କାନ୍ଥ; ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ପ୍ରବଳ ବର୍ଷା ଯୋଗୁ ଘରର ମାଟି କାନ୍ଥ ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଛଣୁଆ ଗାଁରେ। ମୃତ ମହିଳାଙ୍କ ନାଁ ହେମଲତା ମହାନ୍ତ। ତାଙ୍କୁ ୫୦ ବର୍ଷ ହୋଇଥିଲା। ତାଙ୍କ ସ୍ୱାମୀ ବୀରଭଦ୍ର ମହାନ୍ତିଙ୍କଚ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ହେମଲତା ଓ ତାଙ୍କ ସ୍ୱାମୀ ଶୋଇଥିବା ବେଳେ ଘରର ମାଟିକାନ୍ଥ ଭୁଶୁଡ଼ି ପଡ଼ିଥିଲା। ସୂଚନା ପାଇ ଗ୍ରାମବାସୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ହେଲେ ସେତେବେଳକୁ ହେମଲତାଙ୍କର ମୃତ୍ୟୁ ଘଟିସାରିଥିଲା।
ବୀରଭଦ୍ରଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଏହି ଘଟଣାରେ ବାଦାମପାହାଡ଼ ଥାନା ପୁଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ

    ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ । ୪.୨୦ ଲକ୍ଷ ଯୁବକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ