ଭୂସ୍ଖଳନ ମୁକାବିଲା ପାଇଁ ସରକାର କରିବେ ମାଷ୍ଟର ପ୍ଲାନ୍: ମନ୍ତ୍ରୀ

ଭୁବନେଶ୍ୱର: ଗଜପତି ଭୂସ୍ଖଳନ ପରେ ସରକାରଙ୍କ ବଡ଼ ପଦକ୍ଷେପ । ଭୂସ୍ଖଳନ ମୁକାବିଲା ପାଇଁ ସରକାର କରିବେ ମାଷ୍ଟର ପ୍ଲାନ୍ । ଗଜପତି ଭଳି ରାଜ୍ୟର ପାହାଡ଼ ପର୍ବତ ଅଞ୍ଚଳରେ ଭୂସ୍ଖଳନ ପ୍ରବଣ ଅଞ୍ଚଳ ଗୁଡକୁ ଚିହ୍ନଟ କରାଯିବ । ଏନେଇ ସୂଚନା ଦେଇଛନ୍ତି ବିପର୍ୟ୍ୟୟ ପରିଚାଳନ ମନ୍ତ୍ରୀ ସୁରେଶ ପୂଜାରୀ । ଭୂସ୍ଖଳନ ରୋକିବା ପାଇଁ ପଦକ୍ଷେପ ନେବେ ସରକାର । ଯାହାଦ୍ୱାରା ପଥର ଖସି ଲୋକଙ୍କର ମୃତ୍ୟୁ ହେବ ନାହିଁ । ଓଡ଼ିଶାରେ ଭୂସ୍ଖଳନ ଏକ ନୂଆ ସମସ୍ୟା ହୋଇ ଉଭା ହୋଇଛି । ଏହାସହ ବର୍ଷା ଯୋଗୁଁ ରାସ୍ତା ବୁଡ଼ି ଯାଇ ଯୋଗାଯୋଗ ବିଚ୍ଛିନ୍ନ ହେଉଥିବା ରାସ୍ତା ଗୁଡ଼ିକୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମାଲକାନଗିରି ଅଞ୍ଚଳରେ ଅଧିକ ତଳିଆରାସ୍ତା ଥିବାରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେଥିପାଇଁ ତଳିଆ ରାସ୍ତା ଗୁଡ଼ିକୁ ଉଚ୍ଚ କରାଯିବ ।
କ୍ଷତିପୂରଣ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । କ୍ଷୟକ୍ଷତି ଆକଳନ କରି ତୁରନ୍ତ ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି । ଆସନ୍ତାକାଲି ଭିତରେ କ୍ଷତିପୂରଣ ଯୋଗାଇ ଦେବେ ସରକାର । ଲଘୁଚାପ ବର୍ଷା ଯୋଗୁଁ ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲା ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ରାୟଗଡ଼ାର କିଛି ଗାଁରେ ବର୍ଷା ପାଣି ପଶିବା ଯୋଗୁଁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା । କଳାହାଣ୍ଡି ଜିଲ୍ଲାର ୯ଟି ଗାଁ ପାଣି ଘେରରେ ଥିଲା । ତେବେ ବର୍ଷା ଯୋଗୁଁ ଗଜପତି ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହୋଇଛି । ଜଣେ ଲୋକଙ୍କର ମୁଣ୍ଡରେ ପଥର ବାଜିବା ଫଳରେ ମୃତ୍ୟୁ ହୋଇଥିଲା ଏବଂ ଆଉ ଆଉ ଜଣଙ୍କର ପୋଷ୍ଟମର୍ଟମ ପରେ କେମିତି ମୃତ୍ୟୁ ହେଲା ଜଣାପଡିବ । ଏତେ ବଡ଼ ଭୁସ୍ଖଳନ ହେଲା ଯେ, ରାତି ସାରା ଦୁଇ ଜଣ ଲୋକ ମାଟି ପଥର ତଳେ ଦବି ରହିଗଲେ । ଏବେ ପରିସ୍ଥିତି ନିୟନ୍ତ୍ରଣରେ ଅଛି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ