ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ

ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬

ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ ରାଜ୍ୟବ୍ୟାପୀ ଏକ ସ୍ୱତନ୍ତ୍ର ଅଭିଯାନ ଆୟୋଜନ କରାଯାଇଥିଲା। ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟାରେ ଭୋଟର ତାଲିକାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ଭୋଟରଙ୍କ ସମେତ ନୂତନ ଓ ଯୁବ ଭୋଟରମାନଙ୍କୁ ତାଲିକାରେ ସାମିଲ ହେବାର ସୁଯୋଗ ପ୍ରଦାନ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଏହି ତିନିଦିନିଆ ସ୍ୱତନ୍ତ୍ର ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୋଟ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରଗୁଡ଼ିକ ମାଧ୍ୟମରେ ଯୋଗ୍ୟ ନାଗରିକମାନଙ୍କୁ ଭୋଟର ତାଲିକାରେ ନାମ ପଞ୍ଜୀକରଣ ସମ୍ପର୍କରେ ସଚେତନ କରିବା ସହ ଆବଶ୍ୟକ ଆବେଦନପତ୍ର ଦାଖଲ କରିବାର ସୁବିଧା ଯୋଗାଇ ଦିଆଯାଇଥିଲା।

ଏହି ସ୍ୱତନ୍ତ୍ର ଅଭିଯାନ ସମୟରେ ଭୋଟର ତାଲିକାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ଭୋଟରମାନଙ୍କଠାରୁ ୧,୪୪୮ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ କରାଯାଇଥିବାବେଳେ ନୂତନ ଓ ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ କରାଯାଇଛି। ଏହିପରି ମୋଟ ୩୩,୫୧୫ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ କରାଯାଇଛି।

ଅକ୍ଟୋବର ମାସ ଶେଷ ପର୍ଯ୍ୟନ୍ତ ବୁଥ୍‌ସ୍ତରୀୟ ଅଧିକାରୀ ମାନଙ୍କ ଦ୍ୱାରା ଘରକୁ ଘର ପରିଦର୍ଶନ କାର୍ଯ୍ୟ ଜାରି ରହିବ। ଏହି ଅବଧି ମଧ୍ୟରେ ବିଏଲଓ ମାନେ ଘରକୁ ଘର ଯାଇ ଯୋଗ୍ୟ ନାଗରିକମାନଙ୍କୁ ଭୋଟର ତାଲିକାରେ ନାମ ପଞ୍ଜୀକରଣ, ନାମ ସାମିଲ ଏବଂ ଆବଶ୍ୟକ ସଂଶୋଧନ ସମ୍ପର୍କରେ ସଚେତନ କରିବା ସହ ଆବଶ୍ୟକ ମାର୍ଗଦର୍ଶନ ପ୍ରଦାନ କରିବେ। ବିଶେଷକରି ଏସଆଇଆର ସମୟରେ ଭୋଟର ତାଲିକାରେ ନାମ ସାମିଲ ହୋଇପାରି ନଥିବା ଯୋଗ୍ୟ ନାଗରିକ ଏବଂ ନୂତନ ଭାବେ ଭୋଟର ହେବାକୁ ଯୋଗ୍ୟ ଯୁବକଯୁବତୀମାନଙ୍କୁ ଫର୍ମ-୬ ମାଧ୍ୟମରେ ଆବେଦନ କରିବା ପାଇଁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ।

ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ, କୌଣସି ଯୋଗ୍ୟ ନାଗରିକ ,ଯେପରି ଭୋଟର ତାଲିକାରୁ ନାମ ସାମିଲ ହେବାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଏହି ଅଭିଯାନ ଆୟୋଜନ କରାଯାଇଥିଲା। ବିଶେଷକରି, ପୂର୍ବରୁ ଭୋଟର ତାଲିକାରେ ନାମ ସାମିଲ ହୋଇନଥିବା ଯୋଗ୍ୟ ନାଗରିକ ଏବଂ ନୂତନ ଭାବେ ଭୋଟର ହେବାକୁ ଯୋଗ୍ୟ ଯୁବକଯୁବତୀଙ୍କୁ ଏହି ସୁଯୋଗର ଲାଭ ନେବାକୁ ଉତ୍ସାହିତ କରାଯାଇଥିଲା। ଏହି ଅଭିଯାନରେ ନୂତନ ଯୁବ ଭୋଟରମାନେ ଉତ୍ସାହର ସହ ଭାଗ ନେଇଥିବାରୁ ଫର୍ମ-୬ ମାଧ୍ୟମରେ ୩୩ ହଜାର ୫୧୫ ଟି ଆବେଦନ ଗ୍ରହଣ କରାଯାଇଛି।

ଏକ ସ୍ୱଚ୍ଛ, ନିର୍ଭୁଲ ଓ ସମାବେଶୀ ଭୋଟର ତାଲିକା ପ୍ରସ୍ତୁତି ଦିଗରେ ଏହି ସ୍ୱତନ୍ତ୍ର ଅଭିଯାନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଗଣତାନ୍ତ୍ରିକ ପ୍ରକ୍ରିୟାରେ ଯୋଗ୍ୟ ନାଗରିକମାନଙ୍କ ଅଂଶଗ୍ରହଣ ସୁନିଶ୍ଚିତ କରିବା ସହ ଭୋଟର ତାଲିକାରେ ସମସ୍ତ ଯୋଗ୍ୟ ନାଗରିକଙ୍କ ନାମ ସାମିଲ କରିବା ଏହାର ପ୍ରମୁଖ ଲକ୍ଷ୍ୟ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ