ଭୋଟ ଦେଉଛି ମହାରାଷ୍ଟ୍ର, ନେତା ବାଛୁଛନ୍ତି ଜନତା

ମୁମ୍ବାଇ: ସକାଳ ୭ଟାରୁ ମହାରାଷ୍ଟ୍ରର ସମସ୍ତ ୨୮୮ ବିଧାନସଭା ଆସନରେ ମତଦାନ ଆରମ୍ଭ ହୋଇଛି । ଧାଡିରେ ରହି ମଦଦାନ ସାବ୍ୟସ୍ତ କରୁଛନ୍ତି ଜନତା । ୨୮୮ ଆସନରେ ମୋଟ ୧୫୮ ଦଳ ରହିଛନ୍ତି । ୯.୭୦ କୋଟି ଭୋଟର ସେମାନଙ୍କ ନେତା ବାଛୁଛନ୍ତି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ନିର୍ବାଚନ ଉପରେ ସାରା ଦେଶର ନଜର ରହିଛି । ଗୋଟିଏ ପର୍ୟ୍ୟାୟରେ ମହାରାଷ୍ଟ୍ର ପାଇଁ ଭୋଟିଂ ହେଉଛି ।ମହରାଷ୍ଟ୍ରରେ ମହାୟୁତି ଓ ମହା ବିକାଶ ଅଘାଡି ମଧ୍ୟରେ କଡା ମୁକାବିଲା ଦେଖିବାକୁ ମିଳିବ । ବିଜେପି ନେତୃତ୍ବଧୀନ ମହାୟୁତି କ୍ଷମତା ବଜାୟ ରଖିବାକୁ ଲକ୍ଷ୍ୟ ରଖିଥିବା ବେଳେ ମହା ବିକାଶ ଅଘାଡି କ୍ଷମତାକୁ ଫେରିବାକୁ ଆଶାବାଦୀ ରହିଛି । ଏନସିପି ଓ ଶିବସେନା ଦୁଇ ଭାଗ ହେବା ପରେ ରାଜ୍ୟରେ ବହୁମୁଖୀ ଲଢେଇ ହେଉଛି । ଶିବସେନା ଓ ଏନସିପି ପାଇଁ ଅଗ୍ନି ପରୀକ୍ଷା ହେବ । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ ସଂଧ୍ୟା ୬ଟା ଯାଏ ଚାଲିବ। ଶୃଙ୍ଖଳିତ ମତଦାନ ପାଇଁ କଡାକଡି ସୁରକ୍ଷା ବ୍ୟବସ୍ଥା ହୋଇଛି । ୨୫ ହଜାର ପୋଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି । ମୋଟ ୪,୧୩୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଜନତା । ୬ଟି ପ୍ରମୁଖ ଦଳକୁ ମିଶାଇ ମୋଟ ୧୫୮ଟି ଦଳ ନିଜ ଭାଗ୍ୟ ପରୀକ୍ଷା ଦେଉଛନ୍ତି ।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ