ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କନୌଜ ଜିଲ୍ଲା। ଆଜି ଭୋରୁ ଆଗ୍ରା ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ୱରେ ଏକ ସ୍କର୍ପିଓ କାର୍‌ ଦ୍ରୁତ ଗତିରେ ଆସି ଡିଭାଇଡର୍‌ରେ ପିଟ ହୋଇ ରାସ୍ତା ଆର ପାର୍ଶ୍ୱକୁ ଚାଲିଯାଇଥିଲା। ଏହାପରେ ସାମ୍ନା ପଟୁ ଆସିଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଛି।ମୃତକଙ୍କ ମଧ୍ୟରେ ୫ ଜଣ ଡାକ୍ତରଙ୍କ ସମେତ କାର୍ ଡ୍ରାଇଭର ଅଛନ୍ତି। ଏହି ୫ ଡାକ୍ତର ସୈଫଇ ମେଡିକାଲ କଲେଜରେ ପୋଷ୍ଟିଂ ଥିଲେ। ଏମାନେ ନିଜର ଅନ୍ୟ ସାଙ୍ଗମାନଙ୍କ ସହ ଲକ୍ଷ୍ନୌରୁ ସୈଫଇକୁ ଫେରୁଥିଲେ। ତେବେ ଅଧ ରାସ୍ତାରେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ କାର୍‌ଟି ନିୟନ୍ତ୍ରଣ ହରାଇ ଡିଭାଇଡର୍‌ରେ ପିଟି ହୋଇ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ୱେକୁ ମାଡି ଯାଇଥିଲା।

୬ ଜଣ ମୃତକଙ୍କ ବ୍ୟତୀତ ଜୟବୀର ସିଂହ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସୈଫଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିବାରକୁ ପୁଲିସ ସୂଚନା ଦେଇଛି ଏବଂ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

  • Related Posts

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ଢାକା ବାଂଲାଦେଶରେ ଶେଖ ହାସିନାଙ୍କ ଶାସନର ପତନର ଗୋଟିଏ ବର୍ଷ ପୂରଣ ଅଗଷ୍ଟ ୮ରେ ହେବାକୁ ଯାଉଛି। ଏହି ଅବସରରେ, ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଦେଶକୁ ସମ୍ବୋଧିତ କରିଛନ୍ତି। ନିଜ ଅଭିଭାଷଣରେ, ସେ ଘୋଷଣା କରିଛନ୍ତି ଯେ, ଦେଶର…

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍