ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି

ନୂଆଦିଲ୍ଲୀ: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛି ଏନପିପି। ମଣିପୁରରେ ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।

ମଣିପୁରର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ନ୍ୟାସନାଲ ପିପୁଲ୍ସ ପାର୍ଟି ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖାଯାଇଛି। ଏଥିରେ ଲେଖାଯାଇଛି ଯେ, ରାଜ୍ୟରେ ବର୍ତ୍ତମାନର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଦଳ ଗଭୀର ଚିନ୍ତା ପ୍ରକଟ କରୁଛି। ଗତ କିଛିଦିନ ମଧ୍ୟରେ ଆମେ ଦେଖୁଛୁ ଯେ ସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ଅନେକ ନିରୀହ ଲୋକ ପ୍ରାଣ ହରାଉଛନ୍ତି। ରାଜ୍ୟର ଲୋକମାନେ ବହୁତ ଯନ୍ତ୍ରଣା ଭୋଗୁଛନ୍ତି। ଆମେ ଅନୁଭବ କରୁଛୁ ଯେ ମୁଖ୍ୟମନ୍ତ୍ରୀ ବୀରେନଙ୍କ ନେତୃତ୍ୱରେ ମଣିପୁର ରାଜ୍ୟ ସରକାର ସଙ୍କଟର ସମାଧାନ ତଥା ସ୍ୱାଭାବିକତା ଫେରାଇ ଆଣିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ନ୍ୟାସନାଲ ପିପୁଲ୍ସ ପାର୍ଟି ମଣିପୁରରେ ବୀରେନ ସିଂହ ନେତୃତ୍ୱାଧୀନ ସରକାରରୁ ତୁରନ୍ତ ସମର୍ଥନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ