ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ନୂଆଦିଲ୍ଲୀ: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ଗତ ରାତିରେ ୯୨ ବର୍ଷ ବୟସ୍କ ଶ୍ରୀ ସିଂହଙ୍କ ପରଲୋକ ହୋଇଛି। ମନମୋହନ ସିଂହଙ୍କ ବିୟୋଗ ଘଟଣାକୁ ଦେଶବାସୀ ସହଜେ ଗ୍ରହଣ କରି ପାରୁ ନାହାନ୍ତି।

ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ୟ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ତେବେଏହା କେବେ ଓ କେଉଁଠି ହେବ ସେ ନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ମିଳିନି।

ଶ୍ରୀ ସିଂହଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ୟ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହ ଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି। ଆସନ୍ତା ୩ ତାରିଖ ପର୍ୟ୍ୟନ୍ତ ଦଳର ସମସ୍ତ କାର୍ୟ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ ।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ