ମନିଲେ କେନ୍ଦ୍ର ସରକାର: ଦିଲ୍ଲୀ ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ୍ କିଲ୍ଲା ବିସ୍ଫୋରଣକୁ କେନ୍ଦ୍ର ସରକାର ଆତଙ୍କୀ ଆକ୍ରମଣ ବୋଲି ମାନିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ହୋଇଛି ଯେଉଁଥିରେ ଏହି ପ୍ରସ୍ତାବ ରଖାଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କେନ୍ଦ୍ରର ନିଷ୍ପତ୍ତିର ସୂଚନା ଦେଇ କହିଛନ୍ତି ଯେ ମୋଦୀ ସରକାର ଆତଙ୍କୀ ଘଟଣାକୁ ନେଇ ଶୂନ୍ୟ ସହନଶୀଳତା ନୀତି ଆପଣାଉଛନ୍ତି ଏବଂ ଦିଲ୍ଲୀ କାର୍ ବିସ୍ଫୋରଣ ଏକ ଜଘନ୍ୟ ଘଟଣା ବୋଲି କହିଛନ୍ତି। ଏହାର ଯାଞ୍ଚ ଆଦେଶ ଦିଆଯିବା ସହ ଦୋଷୀଙ୍କୁ ତୁରନ୍ତ ଦଣ୍ଡ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ସରକାର ଏହା ଉପରେ କଡା ନଜର ରଖିଛନ୍ତି। ସୂଚନାଯୋଗ୍ୟ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣରେ ୧୨ ଜଣ ପ୍ରାଣ ହରାଇବା ସହିତ ଅନେକ ଆହତ ହୋଇଛନ୍ତି। ବୁଧବାର ଏନେଇ ପ୍ରଧାନମନ୍ତ୍ରୀ ଏକ ଉଚ୍ଚ ସ୍ତରୀୟ ବୈଠକ ଡକାଇ କୌଣସି ପ୍ରକାର ଆତଙ୍କୀ ଆକ୍ରମଣ ଯୁଦ୍ଧ ବିବେଚନା କରାଯିବ ବୋଲି କହିଛନ୍ତି। ଏହା ବ୍ୟତୀତ ଅପରେସନ ସିନ୍ଦୂରରେ ସରକାର କହିଥିଲେ କି ଏହା କେବଳ ସ୍ଥଗିତ, ସମାପ୍ତ ହୋଇନି।

  • Related Posts

    ବିଜୟଙ୍କ ଘୋଷଣା: ସମସ୍ତ ବିଧାୟକ ପାଇବେ ନୂଆ କାର୍

    ତାମିଲନାଡୁର ପ୍ରତ୍ୟେକ ବିଧାୟକଙ୍କୁ ମିଳିବ କାର୍। ସେଥିରେ ସେମାନେ ନିଜ ନିର୍ବାଚନ ମଣ୍ଡଳୀ ଗସ୍ତ କରି ଲୋକଙ୍କ ସମସ୍ୟାର ସମାଧାନ କରିବାରେ ସହଯୋଗ କରିବେ। ମୁଖ୍ୟମନ୍ତ୍ରୀ ବିଜୟ ଏହି ଘୋଷଣା କରିଛନ୍ତି।ତାମିଲନାଡୁ ବିଧାନସଭାରେ କହିଛନ୍ତି ଯେ ଲୋକଙ୍କ ଆବଶ୍ୟକତାର ବୁଝାସୁଝା କରିବା…

    Continue reading
    ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ:କୋର୍ଟ

    ତିରୁଅନନ୍ତପୁରମ : ଜଣେ ବ୍ୟକ୍ତିଙ୍କ ଗିରଫଦାରୀ ଖବର ଛାପିବା ଅପରାଧୀକ ମାନହାନି ନୁହେଁ । ସରକାରୀ ସଂସ୍ଥା କିମ୍ବା ଆଇନ ପାଳନକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତ ଖବର ଛାପିବା ଦ୍ୱାରା ଯଦି କୌଣସି ବ୍ୟକ୍ତିଙ୍କ ପ୍ରତିଷ୍ଠାକୁ କ୍ଷତି ପହଞ୍ଚିଥାଏ କିମ୍ବା ତାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ