ମର୍ମନ୍ତୁଦ ଦୁର୍ଘଟଣା:୩ ଯୁବକ ମୃତ

କୋଣାର୍କ: କୋଣାର୍କ ବଢ଼େଇ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି। କୋଣାର୍କ-କାକଟପୁର ରାସ୍ତାର ବଢ଼େଇ ଛକରେ ବାଇକ୍‌ରେ ୩ଜଣ ଯୁବକ କୋଣାର୍କରୁ କାକଟପୁର ଯାଉଥିବା ବେଳେ ବିଳମ୍ବିତ ରାତି ପ୍ରାୟ ୧ ଟା ୪୫ରେ ଏଭଳି ଅଭାବନୀୟ ଘଟଣା ଘଟିଛି।
ବାଇକ୍‌ଟି ନିୟନ୍ତ୍ରଣ ହରାଇ ବଢ଼େଇ ଛକରେ ଥିବା ମଣ୍ଡପକୁ ଧକ୍କା ଦେଇଥିଲା। ସମସ୍ତଙ୍କୁ କୋଣାର୍କ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।ସେଠାରେ ଦୁଇଜଣ ମୃତ୍ୟୁବରଣ କରିଥିଲେ। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନତରିତ କରାଯାଉଥିବାବେଳେ ଅଧାବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସମସ୍ତ ଯୁବକଙ୍କ ବୟସ ୧୮ରୁ ୨୫ବର୍ଷ ବୟସ ମଧ୍ୟରେ ଥିବା କୁହାଯାଉଛି।ମୃତକମାନେ ହେଉଛନ୍ତି ତୁଳସୀପୁର ଦଣ୍ତିକିରା ଗ୍ରାମର ଦିପକ୍ ମଲିକ, ସାଗର ମଲ୍ଲିକ, ତୁଳସୀପୁର ଗ୍ରାମର ସତ୍ୟପ୍ରକାଶ ସାହୁ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ