ମର୍ମନ୍ତୁଦ ଦୁର୍ଘଟଣା; ମହିଳା ମୃତ, ଜଣେ ଆହତ

ବୋଲଗଡ଼: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବୋଲଗଡ ବ୍ଲକ ସ୍ଥିତ ପିଚୁକୁଳି ପଞ୍ଚାୟତ ନିକଟସ୍ଥ ଟୀକାତାଳ ଟୋଲଗେଟ ତାରିଣୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ୍‌କୁ ପଛରୁ ପିଟିଲା ମାଲବାହୀ ଟ୍ରକ୍‌ । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ୍‌ ଚାଳକ ଆହତ ହୋଇଛନ୍ତି । ଉଭୟଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଥିବା ବେଳେ ସେମାନେ ରାଜସୁନାଖଳାର ବୋଲି ଲୋକେ କହୁଛନ୍ତି ।

ସୂଚନା ମୁତାବକ, ବାଇକ୍‌ରେ ୨ ଜଣ ଯାତ୍ରୀ ରାଜସୁନାଖଳାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ । ଟୀକାତାଳ ତାରିଣୀ ଛକରେ ଏକ ମାଲବାହୀ ଟ୍ରକ୍‌ ଡ୍ରାଇଭରର ଆଖି ଲାଗି ଯାଇଥିଲା । ଫଳରେ ଟ୍ରକ୍‌ଟି ଉକ୍ତ ବାଇକ ପଛରେ ପିଟି ହୋଇଥିଲା । ଯାହା ଫଳରେ ବାଇକ୍‌ରେ ଯାଉଥିବା ମହିଳାଙ୍କ ମୃତ୍ୟୁ ଘଟିଛି । ବାଇକ୍‌ ଚାଳକ ଆହତ ହୋଇଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଘଟଣାସ୍ଥଳରେ ବେଗୁନିଆ ପୁଲିସ ପହଞ୍ଚି ଗାଡିକୁ ଜବତ କରି ତଦନ୍ତ ଚଳାଇଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ