ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ଦୁଇ ମୃତ

କୋଣାର୍କ: ପୁରୀ ଜିଲ୍ଲା କୋଣାର୍କ ଥାନା ଅନ୍ତର୍ଗତ ଜୁଣେଇ ବଜାର ନିକଟରେ ଗତକାଲି ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଆମ୍ବ ଗଛରେ ଏକ କାର୍‌ ପିଟି ହୋଇ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ କାର୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି।ମୃତକଦ୍ୱୟ ହେଲେ ଭୁବନେଶ୍ୱର ପ୍ରଦୀପ୍ତ ବେହେରା ଓ କଟକ ଜିଲ୍ଲା କଣ୍ଟାପଡା ର ବିଶ୍ୱଜିତ ସାହୁ । ଗୁରୁତର ହୋଇଥିବା ଡ୍ରାଇଭର ଜଣକ ନିଆଳି ବ୍ଲକ ନୂଆପଟଣା ଗାଁର ତାପସ ସାହୁ ବୋଲି ଜଣାଯାଇଛି।ଗତ ରାତି ପ୍ରାୟ ଦେଢଟା ସମୟରେ ଭୁବନେଶ୍ୱରରୁ କୋଣାର୍କ ଅଭିମୁଖେ କାର୍‌ଟି ଯାଉଥିଲା। ଜୁଣେଇ ବଜାର ନିକଟରେ ଭାରସାମ୍ୟ ହରାଇ କାର୍‌ଟି ରାସ୍ତା ପାର୍ଶ୍ୱରେ ଥିବା ଏକ ଆମ୍ବ ଗଛରେ ପିଟି ହୋଇ ଯାଇଥିଲା।କାର୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ଚାପି ହୋଇ ଯାଇଥିବା ବେଳେ କାର୍‌ ଭିତରେ ସମସ୍ତେ ଚିପି ହୋଇଯାଇଥିଲେ । ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେବାପରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିଥିଲେ। ଏହାପରେ ସେମାନେ ଗ୍ୟାସ କଟରରେ ଦୁଇ ମୃତକ ଓ ଡ୍ରାଇଭରଙ୍କୁ ଗାଡିରୁ କାଢି ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି।ଖବର ପାଇ ପୁଲିସ୍‌ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ