ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ ମାଝୀ ବୋଲି ଜଣାପଡିଛି । ମୃତକ ପ୍ରେମ ଜଣେ ସେନା କର୍ମଚାରୀ । ଶୁକ୍ରବାର ଛୁଟିରେ ଆସିଥିବା ବେଳେ କୌଣସି କାମ ପାଇଁ କୋମନା ଯାଉଥିଲେ । ଏହି ସମୟରେ ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ଏକ ଟ୍ରକ ଧକ୍କାରେ ବାଇକ୍‌ରେ ଥିବା ମାମୁ-ଭଣଜା ଗୁରୁତର ହୋଇ ରାସ୍ତାରେ ପଡିଯାଇଥିଲେ । ଏହାପରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଦୁର୍ଘଟଣା ଘଟାଇଥିବା ଘଟାଇଥିବା ଆନ୍ଧ୍ର ଟ୍ରକ ସହ ଦୁଇଜଣଙ୍କୁ ଅଟକ ରଖିଛି ତରବୋଡ଼ ଫାଣ୍ଡି ପୋଲିସ।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ପୁରୀ: ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ରାଖି ପିନ୍ଧିବେ ଚତୁଦ୍ଧାମୂର୍ତ୍ତି। ଗହ୍ମା ଗହ୍ମାପୂର୍ଣ୍ଣମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ହାତରେ ରାଖି ବାନ୍ଧିବେ ଭଉଣୀ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା