ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୨୬ ଆହତ

ମୁମ୍ବାଇ: ସୋମବାର ସକାଳେ ମହାରାଷ୍ଟ୍ରର ଧୂଲେ ଜିଲ୍ଲା ନିକଟସ୍ଥ ମୁମ୍ବାଇ-ଆଗ୍ରା ରାଜପଥର ଲାଲିଙ୍ଗ ଘାଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଟୋଲ୍ କର୍ମଚାରୀଙ୍କ ସମେତ ୬ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି ଏବଂ ୨୬ ଜଣ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ସମୟରେ ଏକ ବସ୍ ନିୟନ୍ତ୍ରଣ ହରାଇ ପୂର୍ବରୁ ଦୁର୍ଘଟଣାଗ୍ରସ୍ତ ଗାଡ଼ି ସହିତ ପଛରୁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି।
ରିପୋର୍ଟ ଅନୁସାରେ, ଏକ ବାଲି ବୋଝେଇ ଡମ୍ପର ଅନେକ ଯାତ୍ରୀବାହୀ ଗାଡ଼ି ସହିତ ଧକ୍କା ହୋଇଥିଲା, ଯାହା ଫଳରେ ତିନୋଟି ଗାଡ଼ି ଧକ୍କା ହୋଇଥିଲା। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା ​​ଏବଂ ଆହତମାନଙ୍କୁ ଚିକିତ୍ସା ଲାଗି ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ତିନୋଟି ଯାନ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ଦୁର୍ଘଟଣାର ଭୟାବହତାକୁ ଦର୍ଶାଉଛି। ରିପୋର୍ଟ ଅନୁସାରେ, ଏକ ବାଲି ବୋଝେଇ ଡମ୍ପର ଏବଂ ଏକ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା। ପରେ ପଛରେ ଆସୁଥିବା ଏକ ଘରୋଇ ବସ୍ ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ବସ୍‌ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିଲା। ପ୍ରାଥମିକ ତଦନ୍ତରୁ ଜଣାପଡିଛି, ମୁମ୍ବାଇ-ଆଗ୍ରା ରାଜପଥର ଧୂଲେ ଜିଲ୍ଲା ନିକଟ ଲାଲିଙ୍ଗ ଘାଟ ଦେଇ ଯାଉଥିବା ସମୟରେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଥିଲେ ଯାହା ଫଳରେ ଏହି ଦୁର୍ଘଟଣା ଘଟିଥିଲା। ରିପୋର୍ଟ ଅନୁଯାୟୀ, ଏକ ଦ୍ରୁତଗାମୀ ଡମ୍ପର ଟ୍ରକ୍ ଏକ ଟ୍ରକ୍ ସହିତ ଧକ୍କା ହୋଇଥିଲା। ଉଦ୍ଧାର କାର୍ଯ୍ୟ ସମୟରେ ଏକ ବସ୍ ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଗ୍ରସ୍ତ ଗାଡ଼ିଗୁଡ଼ିକ ସହିତ ଧକ୍କା ହୋଇଥିଲା।

  • Related Posts

    ଆମେରିକୀୟ ସଂସଦ ନିମ୍ନ ସଦନରେ ଆମେରିକା-ଇରାନ ଯୁଦ୍ଧ ରୋକିବା ବିଲ୍ ପାରିତ

    ୱାଶିଂଟନ୍: ବୁଧବାର ଆମେରିକା ସଂସଦ ‘ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ’ରେ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ କ୍ଷମତା ପ୍ରସ୍ତାବ ପାରିତ ହୋଇଛି। ଟ୍ରମ୍ପଙ୍କ ନିଜ ଦଳ ରିପବ୍ଲିକାନର କିଛି ସାଂସଦ ବିରୋଧୀ ଡେମୋକ୍ରାଟ୍ସଙ୍କ ସହ ମିଶି ଏହି ପ୍ରସ୍ତାବ ସପକ୍ଷରେ ଭୋଟ୍ ଦେଇଛନ୍ତି। ଇରାନ ବିରୋଧରେ…

    Continue reading
    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ