ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ

ଅନୁଗୁଳ: ଅନୁଗୁଳ ୧୪୯ ନମ୍ବର ଜାତୀୟ ରାଜପଥ ବଂରପାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରାଭେଲର ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ । ମୃତ ଦୁଇ ଜଣ ହେଲେ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ରାଜେଶ ବେହେରା ବୋଲି ଜଣାପଡିଛି । ବାକି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ, ଦୁଇ ଜଣ ବଂରପାଳରୁ ସ୍କୁଟି ନେଇ ତାଳଚେରରୁ ଘରକୁ ଫେରୁଥିଲେ । ଏହି ସମୟରେ ଏକ ଟ୍ରାଭେଲର ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ରାଜେଶ ବେହେରା ବୋଲି ଜଣାପଡିଛି । ତେବେ ଦୁର୍ଘଟଣା ପରେ ଟ୍ରାଭେଲର ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ପୋଲିସ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ