ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବି ବନ୍ଦ

ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ତିନି ମୃତକ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ପୋଲିସ ସୂଚନା ଅନୁଯାୟୀ ଦୁଇ ମହିଳାଙ୍କ ସମେତ କିଛି ଲୋକଙ୍କୁ ଗିରଫ କରାଯାଇଛି। ମହିଳାମାନେ ଛାତ ଉପରୁ ପଥରମାଡ଼ କରିଥିଲେ।

ସ୍ଥାନୀୟ ଏସଆଇ କହିଛନ୍ତି ଯେ, ଘଟଣାସ୍ଥଳରେ ପ୍ରାୟ ୩୦୦ ଲୋକେ ଜମା ହୋଇଥିଲେ, ସେମାନଙ୍କ ପଛରେ ମଧ୍ୟ ଅନେକ ଲୋକ ଥିଲେ। ଏହି ଲୋକମାନେ ପୋଲିସକୁ ଟାର୍ଗେଟ କରିଥିଲେ। ଏଥିରେ ଏସଆଇ ଆହତ ହୋଇଛନ୍ତି।

ସୂଚନା ଅନୁସାରେ ଶନିବାର ସକାଳେ ହାଇକୋର୍ଟଙ୍କ ଆଦେଶ ପରେ ଏକ ଟିମ୍ ଜାମା ମସଜିଦ ସର୍ଭେ କରିବାକୁ ଆସିଥିଲେ। ଏତିକି ବେଳେ ସ୍ଥାନୀୟ ଲୋକେ ପଥରମାଦ ଆରମ୍ଭ କରିଦେଇଥିଲେ, ଯାହାପରେ ପୋଲିସ ଲୁହବୁହା ଗ୍ୟାସ ମାଡ଼ କରିଥିଲା। ଏହାପରେ ପ୍ରଦର୍ଶନକାରୀମାନେ କିଛି ସ୍ଥାନରେ ନିଆଁ ଲଗାଇ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ସହିତ ହିଂସାରେ ଏସପି ସମେତ ଅନେକ ପୋଲିସ ଅଧିକାରୀ ଆହତ ହୋଇଥିଲେ।

ଏହି ଘଟଣାରେ ଏସପି କୃଷ୍ଣ କୁମାର କହିଛନ୍ତି, ପଥରମାଡ଼ କରୁଥିବା ଲୋକମାନେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଟାର୍ଗେଟ କରିବାକୁ ଚେଷ୍ଟା କରିଥିଲେ। ସେମାନଙ୍କ ବିରୋଧରେ ଏନଏସଏ ଲଗାଇ କାର୍ଯ୍ୟାନୁଷ୍ଠାନ କରାଯିବ। ଡ୍ରୋନ୍ ସାହାଯ୍ୟରେ ଘଟଣାର ଭିଡିଓଗ୍ରାଫି କରାଯାଇଛି। ଏଥିସହିତ ସିସିଟିଭି ସାହାଯ୍ୟରେ ସମସ୍ତଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Related Posts

ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

ନୂଆଦିଲ୍ଲୀ: ଭାରତୀୟ ରେଳବାଇ ପକ୍ଷରୁ ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ର ସଫଳ ପରୀକ୍ଷଣ (ଟ୍ରାଏଲ ରନ୍‌) କରାଯାଇଛି। ଅଗଷ୍ଟ ୭ରେ ଉତ୍ତର ପ୍ରଦେଶର ଚାନ୍ଦାଉଲି ଅନ୍ତର୍ଗତ ଗଞ୍ଜଖ୍ବାଜା ଷ୍ଟେସନରୁ ଝାଡ଼ଖଣ୍ଡର ଗରୱା ରୋଡ ପର୍ଯ୍ୟନ୍ତ ୨୦୯ କିମି ରାସ୍ତାକୁ ଏହି ମାଲଗାଡି…

ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ବିଧାନସଭାର ଆଗାମୀ ମୌସୁମୀ ଅଧିବେଶନରେ ଅଗଷ୍ଟ ୧୧ ତାରିଖରେ ଆରମ୍ଭ ହେବ। ଏଥର ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ, ଅର୍ଥାତ୍ ଅଗଷ୍ଟ ୧୦ ତାରିଖରେ, ବିଧାୟକମାନଙ୍କୁ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଉପରେ ସ୍ୱତନ୍ତ୍ର ତାଲିମ…

Leave a Reply

Your email address will not be published. Required fields are marked *

You Missed

ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ