ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବି ବନ୍ଦ

ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ତିନି ମୃତକ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ପୋଲିସ ସୂଚନା ଅନୁଯାୟୀ ଦୁଇ ମହିଳାଙ୍କ ସମେତ କିଛି ଲୋକଙ୍କୁ ଗିରଫ କରାଯାଇଛି। ମହିଳାମାନେ ଛାତ ଉପରୁ ପଥରମାଡ଼ କରିଥିଲେ।

ସ୍ଥାନୀୟ ଏସଆଇ କହିଛନ୍ତି ଯେ, ଘଟଣାସ୍ଥଳରେ ପ୍ରାୟ ୩୦୦ ଲୋକେ ଜମା ହୋଇଥିଲେ, ସେମାନଙ୍କ ପଛରେ ମଧ୍ୟ ଅନେକ ଲୋକ ଥିଲେ। ଏହି ଲୋକମାନେ ପୋଲିସକୁ ଟାର୍ଗେଟ କରିଥିଲେ। ଏଥିରେ ଏସଆଇ ଆହତ ହୋଇଛନ୍ତି।

ସୂଚନା ଅନୁସାରେ ଶନିବାର ସକାଳେ ହାଇକୋର୍ଟଙ୍କ ଆଦେଶ ପରେ ଏକ ଟିମ୍ ଜାମା ମସଜିଦ ସର୍ଭେ କରିବାକୁ ଆସିଥିଲେ। ଏତିକି ବେଳେ ସ୍ଥାନୀୟ ଲୋକେ ପଥରମାଦ ଆରମ୍ଭ କରିଦେଇଥିଲେ, ଯାହାପରେ ପୋଲିସ ଲୁହବୁହା ଗ୍ୟାସ ମାଡ଼ କରିଥିଲା। ଏହାପରେ ପ୍ରଦର୍ଶନକାରୀମାନେ କିଛି ସ୍ଥାନରେ ନିଆଁ ଲଗାଇ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ସହିତ ହିଂସାରେ ଏସପି ସମେତ ଅନେକ ପୋଲିସ ଅଧିକାରୀ ଆହତ ହୋଇଥିଲେ।

ଏହି ଘଟଣାରେ ଏସପି କୃଷ୍ଣ କୁମାର କହିଛନ୍ତି, ପଥରମାଡ଼ କରୁଥିବା ଲୋକମାନେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଟାର୍ଗେଟ କରିବାକୁ ଚେଷ୍ଟା କରିଥିଲେ। ସେମାନଙ୍କ ବିରୋଧରେ ଏନଏସଏ ଲଗାଇ କାର୍ଯ୍ୟାନୁଷ୍ଠାନ କରାଯିବ। ଡ୍ରୋନ୍ ସାହାଯ୍ୟରେ ଘଟଣାର ଭିଡିଓଗ୍ରାଫି କରାଯାଇଛି। ଏଥିସହିତ ସିସିଟିଭି ସାହାଯ୍ୟରେ ସମସ୍ତଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Related Posts

ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

Continue reading
ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ