ମହଣ ମହଣ ସୁନାରେ ଝଟକୁଛନ୍ତି ଚତୁର୍ଦ୍ଧାମୂରତି

ପୁରୀ: ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ଼ ଚତୁର୍ଦ୍ଧା ମୂରତି । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର ବେଶ ବୋଲି ମଧ୍ୟ କୁହାଯାଏ । ଶୃଙ୍ଗାର ପ୍ରିୟ ଠାକୁରଙ୍କର ୨୪ ବେଶ ମଧ୍ୟରୁ ଶ୍ରୀମନ୍ଦିରରେ ୨୨ବେଶ ହୋଇଥାଏ। ମହାପ୍ରଭୁଙ୍କ ସୁନା ବେଶ ଦେଖିବା ପାଇଁ ରବିବାର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଲାଗି ରହିଛି। ରାତ୍ର ୧୧ଟା ପର୍ୟ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସକାଳୁ ତିନି ରଥ ଉପରେ ଦୈନନ୍ଦିନ ନୀତି କରାଯାଇ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହୋଇଛନ୍ତି ଶ୍ରୀଜିଉ।‌ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ସୁନାବେଶ ଦେଖିବା ପାଇଁ ଆଜି ସକାଳୁ ସକାଳୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି। ରଥ ଉପରେ ଅନ୍ୟାନ୍ୟ ନୀତି ମଧ୍ୟାହ୍ନ ଧୂପ, ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବା ପରେ ମହାପ୍ରଭୁଙ୍କୁ ସନ୍ଧ୍ୟା ୫ଟାରୁ ୬ଟା ଭିତରେ ସୁନାବେଶରେ ସଜ୍ଜିତ କରାଯାଇଛି। ଭକ୍ତ ମାନେ ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଏହି ସୁନାବେଶ ଦର୍ଶନ କରୁଛନ୍ତି। ସୁନାବେଶରେ ଥାଇ ରାତ୍ର ୮ଟାରୁ ୯ଟା ମଧ୍ୟରେ ଠାକୁରଙ୍କ ସନ୍ଧ୍ୟା ଧୂପ ଅନୁଷ୍ଠିତ ହେବ । ରାତ୍ର ୧୧ଟା ପର୍ୟ୍ୟନ୍ତ ସୁନା ବେଶ ମଇଲମ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ସ୍ଥିର କରାଯାଇଛି। ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ। ଠାକୁରମାନଙ୍କର ଏହି ଦୁର୍ଲ୍ଲଭ ବେଶ ଜନସାଧାରଣ ଯେପରି ସୁବିଧାରେ ଦର୍ଶନ କରିପାରିବେ ସେନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଦାରୁଦିଅଁଙ୍କ ସମ୍ମୁଖରେ ସେବକ ଦଣ୍ଡାୟମାନ ହୋଇ ଦର୍ଶନ ଅବରୋଧ ନ କରିବାକୁ ପରାମର୍ଶ ଦିଆଯାଇଛି । ଦଇତାପତି ସେବକମାନେ ଏନେଇ ଯତ୍ନବାନ ହେବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଅବରୋଧ ମୁକ୍ତ ଦର୍ଶନ ପାଇଁ ଦଇତାପତି ନିଯୋଗ କର୍ମକର୍ତ୍ତା ତତ୍ପରତା ଦେଖାଇବେ । ରଥରେ ମୋବାଇଲ୍‌ ଓ କ୍ୟାମେରା ବ୍ୟବହାର ନକରିବାକୁ ପରାମର୍ଶ ଦିଆଯାଇଛି ।ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ୟତମ। ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା,ଓ ଝୋବାକଣ୍ଠି,ଆଦି ପରିଧାନ କରିଥାନ୍ତି। ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡିଆଣି, କାନ, ଚନ୍ଦ୍ରସୂର୍ୟ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଥାନ୍ତି। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ୟ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେଉଛନ୍ତି। ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସୁଛନ୍ତି ଶ୍ରୀଜିଉ।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ