ମହାକୁମ୍ଭରେ ୧୮ ତମ୍ବୁ ପୋଡି ପାଉଁଶ

ପ୍ରୟାଗରାଜ : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ରବିବାର ଅଘଟଣ ଘଟିଛି। ୧୯ ନମ୍ବର ସେକ୍ଟରସ୍ଥିତ ଗୋଟିଏ ତମ୍ବୁରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟିବାରୁ ନିଆଁ ଲାଗିଥିଲା। ଆଖି ପିଛୁଳାକେ ଏହି ନିଆଁ ପାର୍ଶ୍ବବର୍ତ୍ତୀ ତମ୍ବୁଗୁଡିକୁ ବ୍ୟାପିଥିଲା। ଏଥିଯୋଗୁଁ ପ୍ରାୟ ୧୮ଟି ତମ୍ଭୁ ପୋଡି ପାଉଁଶ ହୋଇଯାଇଛି ବୋଲି ଆୟୋଜକ କମିଟି ପକ୍ଷରୁ କୁହାଯାଇଛି। କୁମ୍ଭସ୍ଥଳରେ ମୁତୟନ ଏକାଧିକ ଦମକଳ ଅବିଳମ୍ବେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ପୁଲିସ ଓ ଦମକଳ ବାହିନୀକୁ ସହାୟତା କରିବାକୁ ଏନଡିଆରଏଫ୍‌ ଟିମ୍‌ ମଧ୍ୟ ସେଠାରେ ପହଞ୍ଚିଥିଲା। ପାଖାପାଖି ତମ୍ବୁଗୁଡିକରୁ ଶ୍ରଦ୍ଧାଳୁଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି ବୋଲି ପ୍ରୟାଗରାଜ ଜୋନ୍‌ ପୁଲିସ ଏଡିଜି ଭାନୁ ଭାସ୍କର ସୂଚନା ଦେଇଛନ୍ତି। ଏପରିକି ଅଗ୍ନିକାଣ୍ଡ ସମୟରେ ପ୍ରୟାଗରାଜ ନିକଟସ୍ଥ ଗଙ୍ଗା ନଦୀ ପୋଲ ଦେଇ ଅତିକ୍ରମ କରୁଥିବା କେତେକ ଟ୍ରେନ୍‌ର ଯାତ୍ରୀ ଏହି ଘଟଣାର ଭିଡିଓ ଚିତ୍ର ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଅପ୍‌ଲୋଡ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ରସଙ୍ଗରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଆଲୋଚନା କରିଛନ୍ତି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ବରିଷ୍ଠ ଅଧିକାରୀ ଘଟଣାସ୍ଥଳକୁ ଯାଇ ସ୍ଥିତି ତଦାରଖ କରିଛନ୍ତି। ଏହା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ମହାକୁମ୍ଭ ଆୟୋଜକ କମିଟିର ‘ଏକ୍ସ’ ପୋଷ୍ଟ୍‌ରେ କୁହାଯାଇଛି। ଏହି ଘଟଣାରେ ମହାକୁମ୍ଭକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ଆତଙ୍କିତ କରିଦେଇଛି। ତେବେ ମହାକୁମ୍ଭକୁ ଆସୁଥିବା ପ୍ରତ୍ୟେକ ଶ୍ରଦ୍ଧାଳୁଙ୍କ ସୁରକ୍ଷା ନିମନ୍ତେ ଆମେ ମା’ ଗଙ୍ଗାଙ୍କୁ ପ୍ରାର୍ଥନା କରୁଛୁ ବୋଲି ଆୟୋଜକ କମିଟିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଜାନୁଆରୀ ୧୩ରୁ ମହାକୁମ୍ଭ ଆରମ୍ଭ ହୋଇଥିବାବେଳେ ଏ ପର୍ୟ୍ୟନ୍ତ ୭.୭ କୋଟି ଶ୍ରଦ୍ଧାଳୁ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇ ସାରିଲେଣି।

  • Related Posts

    ଟାଇଗର ନୁହଁ , ସଲମାନ ଖାନ୍ ଥିଲେ ଟାର୍ଗେଟ୍

    ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ତଦନ୍ତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଟାଇଗର ଶ୍ରଫ୍‌ ନୁହଁନ୍ତି, ବରଂ ଅଭିନେତା ସଲମାନ ଖାନ୍ ଥିଲେ ଆକ୍ରମଣକାରୀଙ୍କ ମୂଳ ଟାର୍ଗେଟ୍‌ ବୋଲି ଜଣାପଡ଼ିଛି। ସଲମାନଙ୍କ ଘର ଆଖପାଖରେ କଡ଼ା…

    Continue reading
    ଶେଷ ପର୍ଯ୍ୟାୟରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଗତ ବର୍ଷେରୁ ଅଧିକ ସମୟରୁ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସମେତ ଅନେକ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି