ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ବାରଙ୍ଗ: ମୁଣ୍ଡଳୀ ବ୍ରିଜ୍ ଉପରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଥିବା ସନ୍ଦେହ କରାଯାଉଛି । ବ୍ରିଜ୍ ଉପରୁ ଗାଡ଼ି ଜବତ କଲା ପୁଲିସ । ଘଟଣା ସ୍ଥଳରେ ପହଞ୍ଚି ନିଖୋଜ ଯୁବକଙ୍କୁ ଖୋଜି ତଦନ୍ତ କରୁଛି ଗୋଡିସାହି ଫାଣ୍ଡି ପୁଲିସ । ଖୋର୍ଦ୍ଧା ଜିଲ୍ଲା ବୋଲୋଗଡ ଗବଡି ଗ୍ରାମର ହେମନ୍ତ କୁମାର ସାହୁ (୩୫ବର୍ଷ) ଧୂପକାଠି ବ୍ୟବସାୟ କରୁଥଲେ । ସେ ବହୁ ଟଙ୍କା ଧାର କରଜ କରିଥିବା ବେଳେ ସେ ସବୁ ସୁଝିବା ପାଇଁ ଅନେକ ସମୟରେ ଚିନ୍ତାରେ ରହୁଥିଲେ । ଏହି କାରଣକୁ ନେଇ ହେମନ୍ତ ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏହା ପରେ ସେ ଘରୁ ବାହାରି କେଉଁଆଡେ ଚାଲିଯାଇଥିଲେ । ରାତିରେ ପତ୍ନୀଙ୍କୁ ଶେଷ ମେସେଜ୍ କରି ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ପଡ଼ିବେ ବୋଲି କହିଥିଲେ । ସେପଟେ ଶୁକ୍ରବାର ବିଳମ୍ୱିତ ରାତିରେ ବାରଙ୍ଗ ପୁଲିସ ପାଟ୍ରୋଲିଂ କରୁଥିବା ବେଳେ ବ୍ରିଜ ଉପରେ ଗାଡି ଥୁଆ ହୋଇଥିବା ଦେଖିଥିଲେ। ଗାଡ଼ି ପାଖରେ କାହାକୁ ନପାଇବାରୁ ଗାଡିଟିକୁ ଗୋଡିସାହି ଫାଣ୍ଡିକୁ ନେଇଥିଲେ । ଘଟଣା ସ୍ଥଳରେ ପହଞ୍ଚି ଗୋଡିସାହି ଫାଣ୍ଡି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୁଲିସ ଠାରୁ ଖବର ପାଇ ପରିବାର ଲୋକ ଗୋଡିସାହି ଫାଣ୍ଡିକୁ ଆସିଥିଲେ । ତେବେ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନା କେଉଁଆଡେ ଚାଲିଯାଇଛନ୍ତି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି ।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ