ମହାନଦୀ ଜଳବିବାଦକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର: ଦୀର୍ଘବର୍ଷ ଧରି ଛତିଶଗଡ଼ ସହ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ କେନ୍ଦ୍ର ସରକାରଙ୍କ ସହଯୋଗରେ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ୨୦୧୬ ମସିହାରେ ତତକାଳୀନ କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ଉମା ଭାରତୀଙ୍କ ମଧ୍ୟସ୍ଥତାରେ ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ବିଫଳ ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ କେନ୍ଦ୍ର ସରକାର ମହାନଦୀ ଜଳ ଟ୍ରିବ୍ୟୁନାଲ ଗଠନ କରିଥିଲେ । ମାତ୍ର ଏବେ ଓଡ଼ିଶା ଓ ଛତିଶଗଡ଼ରେ ବିଜେପି ସରକାର ସହ କେନ୍ଦ୍ରରେ ବିଜେପି ନେତୃତ୍ୱାଧୀନ ସରକାର ରହିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱ ଦେଇଥିବା ତାଙ୍କ କାର୍ୟ୍ୟାଳୟ ସୂଚନା ଦେଇଛି ।
ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ସମସ୍ୟାର ସମାଧାନ କରାଯାଇପାରିବ । ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ । ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସଂପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ପୂର୍ବରୁ ଫେବୃୟାରୀ ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସଂପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଓ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ପାଳନବେଳେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା । ଉଭୟ ମୁଖ୍ୟମନ୍ତ୍ରୀ ମଧ୍ୟ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀମାନଙ୍କ ମଧ୍ୟରେ ଏ ସଂପର୍କରେ ଆଲୋଚନା ଜାରି ରହିଛି ବୋଲି କୁହାଯାଇଛି ।

ଆଜିର ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ୟ୍ୟଙ୍କ ସମେତ ମୁଖ୍ୟ ସଚିବ ମନୋଜ ଆହୁଜା, ଜଳ ସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଓ ଜଳ ସଂପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ ।

ଉଲ୍ଲେଖଯୋଗ୍ୟ, ଓଡ଼ିଶା ଓ ଛତିଶଗଡ଼ରେ ବିଜେପି ସରକାର ଥିବାବେଳେ କେନ୍ଦ୍ରରେ ମଧ୍ୟ ବିଜେପି ନେତୃତ୍ୱାଧୀନ ସରକାର ରହିଛି । ସମ୍ଭବତଃ ଏହି କାରଣରୁ ମହାନଦୀ ଜଳବିବାଦର ସମାଧାନ ଟ୍ରିବ୍ୟୁନାଲ ପରିବର୍ତ୍ତେ ଆପୋଷ ସମାଧାନ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ୱ ଦେଇଥିବା ଚର୍ଚ୍ଚା ହେଉଛି ।

୨୦୧୬ ମସିହାରେ ଛତିଶଗଡ଼ ସହ ମହାନଦୀ ଜଳବିବାଦକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ଓ ଅସନ୍ତୋଷ ବଢ଼ିବା ପରେ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଡାକି ଆପୋଷ ସମାଧାନ ପାଇଁ କେନ୍ଦ୍ର ସରକାର ଉଦ୍ୟମ କରିଥିଲେ । ମାତ୍ର ଦୁଇ ଦୁଇଥର ଆଲୋଚନା ବିଫଳ ହେବାପରେ ୨୦୧୮ ଜାନୁୟାରୀ ମାସରେ ଟ୍ରିବ୍ୟୁନାଲ ଗଠନ କରି ବିବାଦର ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦେଇଥିଲେ । ଏହି ଟ୍ରିବ୍ୟୁନାଲ ଅଦ୍ୟାବଧି କାର୍ୟ୍ୟ କରୁଛି ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ

    ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ । ବଦଳିଲା ବରିଷ୍ଠ ଅଧିକାରୀଙ୍କ ଦାୟିତ୍ୱ । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ