ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଶୁଣାଣି

ଭୁବନେଶ୍ୱର: ମହାନଦୀ ଜଳ ବିବାଦରେ ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି। ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘଦିନ ଧରି ଚାଲିଥିବା ମହାନଦୀ ଜଳ ବଣ୍ଟନ ବିବାଦ ମାମଲାରେ ଆଜି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ। ନୂଆଦିଲ୍ଲୀରେ ଉଭୟ ରାଜ୍ୟର ଆଇନ ଓ ବୈଷୟିକ ଟିମ୍‌ ମଧ୍ୟରେ ହୋଇଥିବା ଆଲୋଚନାର ଅଗ୍ରଗତି ରିପୋର୍ଟ ଟ୍ରିବ୍ୟୁନାଲଙ୍କ ନିକଟରେ ଦାଖଲ କରାଯିବ।ସୂଚନା ଅନୁଯାୟୀ, ମହାନଦୀ ଜଳ ବଣ୍ଟନକୁ ନେଇ କିଛି ପ୍ରସଙ୍ଗରେ ଉଭୟ ରାଜ୍ୟ ମଧ୍ୟରେ ସହମତି ହୋଇଥିବାବେଳେ, ବାକି ଥିବା ପ୍ରସଙ୍ଗଗୁଡ଼ିକ ଉପରେ ଟ୍ରିବ୍ୟୁନାଲ ଅଗ୍ରଗତିର ସମୀକ୍ଷା କରିବେ। ଏହି ଶୁଣାଣିରେ କେନ୍ଦ୍ରୀୟ ଜଳ ଆୟୋଗ (CWC)ର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିପାରନ୍ତି। ଉଭୟ ରାଜ୍ୟ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ପ୍ରୟାସ ଜାରି ରଖିଥିବାବେଳେ, ଆଜିର ଶୁଣାଣି ମହାନଦୀ ଜଳ ବିବାଦର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମନେ କରାଯାଉଛି। ଚଳିତ ଗ୍ରୀଷ୍ମରେ ମହାନଦୀର ଅଧିକାଂଶ ସ୍ଥାନ ଶୁଖିଲା ପଡିଥିଲା। ସ୍ଥିତିରେ ସୁଧାର ନ ଆସିଲେ ଆଗକୁ ଭୟାବହ ସ୍ଥିତି ଉପୁଜିପାରେ।

  • Related Posts

    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading
    OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ

    -ଟ୍ରେନିଙ୍ଗ୍ ସମୟରେ ପୋଲିସ ଦ୍ୱାରା ଗିରଫ ହୋଇଥିଲେ, -ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ