ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ. ରାଜେନ୍ଦ୍ର ସିଂହ । ଏହି ଗୋଲ ଟେବଲ ବୈଠକରେ ମହାନଦୀ ବଞ୍ଚାଅ ଆନ୍ଦୋଳନ, ଛତିଶଗଡ ନଦୀ ଘଟି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ଜଳ ବିରାଦରୀ ଇତ୍ୟାଦି ନଦୀ ଓ ଜଳକୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ କାର୍ୟ୍ୟ କରୁଥିବା ସଂଗଠନ ଗୁଡ଼ିକ ସାମିଲ ହୋଇଥିଲେ । ଏନେଇ ମହାନଦୀ ବଞ୍ଚାଓ ଆନ୍ଦୋଳନ ଆବାହକ ସୁଦର୍ଶନ ଦାସ ସୂଚନା ଦେଇଛନ୍ତି ।ମହାନଦୀ ଉଭୟ ଓଡ଼ିଶା ଏବଂ ଛତିଶଗଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଜୀବନରେଖା। ଓଡ଼ିଶାରେ ସମୁଦ୍ରକୁ ଭେଟିବା ପୂର୍ବରୁ ୯୦୦ କିଲୋମିଟର ବ୍ୟାପିଛି। ଏହି ନଦୀ ଭାରତର ଜଳବାୟୁକୁ ସନ୍ତୁଳିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବାବେଳେ ଉଭୟ ରାଜ୍ୟର ସଂସ୍କୃତି, ସାହିତ୍ୟ, ଅର୍ଥନୀତି, ପରିବେଶ ଏବଂ ସମୃଦ୍ଧତାକୁ ବଜାୟ ରଖିଛି । ମହାନଦୀ ଅବବାହିକା ଏବେ ସଙ୍କଟର ସମ୍ମୁଖୀନ ହୋଇଛି । ବିଶେଷ କରି ଅଣ ମୌସୁମୀ ସମୟରେ ଜଳ ଉପଲବ୍ଧତା ହ୍ରାସ ପାଇଛି । ବ୍ୟାପକ ଶିଳ୍ପାୟନ ନଦୀର ଇକୋସିଷ୍ଟମକୁ କ୍ଷତି ପହଞ୍ଚାଇବା ସହ ସଙ୍କଟ ବଢାଇ ଦେଇଛି ।

  • Related Posts

    ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ

    ପୁରୀ: ଆସନ୍ତା ୨୦ ତାରିଖରୁ ଚନ୍ଦନଯାତ୍ରା ଆରମ୍ଭ । ଅକ୍ଷୟ ତୃତୀୟାଠାରୁ ଶ୍ରୀମନ୍ଦିରରେ ହେଉଥିବା ଏହି ପ୍ରଧାନ ପର୍ବକୁ ଶୃଙ୍ଖଳିତ ପାଳନ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି । ମଙ୍ଗଳବାର ଏନେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ…

    Continue reading
    ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ

    ଭୁବନେଶ୍ଵର: ଓଡିଆ ଚଳଚିତ୍ର ଜଗତ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କର ପରଲୋକ ଘଟିଛି। ସେ ଲିଭର ସିରୋସିସ୍‌ରେ ପୀଡ଼ିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି। ରବି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ