ମହାନଦୀ ସହ ଅନ୍ୟ ନଦୀରେ ନାହିଁ ବନ୍ୟା ଆଶଙ୍କା: ଦିଲ୍ଲୀପ ରାଉତ

ଭୁବନେଶ୍ୱର: ଆଉ ବନ୍ୟା ଆଶଙ୍କା ନାହିଁ। ମହାନଦୀ ସହ ଅନ୍ୟ ନଦୀ ମାନଙ୍କରେ ବନ୍ୟା ଆଶଙ୍କା ଟଳିଛି । ସ୍ଥିତି ସମୀକ୍ଷା କରି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ଏହା ସହିତ କେଉଁ କାରଣ ପାଇଁ ପରିସ୍ଥିତି ହୋଇଥିଲା ସ୍ପଷ୍ଟ କରିଛନ୍ତି ଇଆଇସି । ବନ୍ୟା ସ୍ଥିତିକୁ ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି,” ଜୁନରେ ୪୭ ପ୍ରତିଶତ କମ୍ ବର୍ଷା ହୋଥିଲା। ଜୁଲାଇରେ କିନ୍ତୁ ସ୍ବାଭାବିକଠାରୁ ୩୮ ପ୍ରତିଶତ ଅଧିକ ବର୍ଷା ହୋଇଛି। କିଛି ସ୍ଥାନରେ କମ୍ ସମୟ ମଧ୍ୟରେ ୨ଶହ ମିମି ବର୍ଷା ହୋଇଥିଲା। ଯେଉଁଥି ପାଇଁ ବନ୍ୟା ହେଲା ବୋଲି ସର୍ବାେଚ୍ଚ ଯନ୍ତ୍ରୀ କହିଛନ୍ତି । ମହାନଦୀରେ ବନ୍ୟା ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ରହିଛି । ବୈତରିଣୀରେ କିନ୍ତୁ ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥା ନାହିଁ ।”
ମହାନଦୀ ବନ୍ୟା ଆଶଙ୍କା ଟଳିଛି । ଜଳସ୍ତର ଦ୍ରୁତ ଗତିରେ ଖସୁଛି । ଗତକାଲି ସନ୍ଧ୍ୟା ୬ଟାବେଳେ ମୁଣ୍ଡୁଳିରେ ୫.୫୯ ଲକ୍ଷ ଘନଫୁଟ (କ୍ୟୁସେକ) ପାଣି ଚାଲିଥିଲା । ଖଇରମାଳରେ ୫.୩୪ ଲକ୍ଷ ଘନଫୁଟ ଓ ବରମୂଳରେ ୪.୭୨ ଲକ୍ଷ ଘନଫୁଟ ପାଣି ପ୍ରବାହିତ ହେଉଥିଲା । ହୀରାକୁଦ ଆଉ ଅଧିକ ଗେଟ୍‌ ଖୋଲିନି । ସେଇ ୨୨ଟି ଗେଟ ଦେଇ ପାଣି ଛଡ଼ାଯାଉଛି । ଜଳଭଣ୍ଡାରକୁ ଉପରମୁଣ୍ଡରୁ ପ୍ରବେଶ କରୁଥିବା ପାଣି ପ୍ରବାହ ବି କମିଛି । ଗତକାଲି ସକାଳ ୬ଟାରେ ୪ ଲକ୍ଷ ୧୫ ଘନଫୁଟ ପାଣି ପ୍ରବେଶ କରୁଥିଲା । କ୍ରମଶଃ ଏହା କମିବାରେ ଲାଗିଛି । ସନ୍ଧ୍ୟା ୬ଟାରେ ପ୍ରବେଶ କରୁଥିଲା ୨ ଲକ୍ଷ ୮୪ ହଜାର ଘନଫୁଟ ପାଣି । ୨୨ଟି ଗେଟ ଦେଇ ହୀରାକୁଦରୁ ୩ ଲକ୍ଷ ୮୬ ହଜାର ୪୨୧ ଘନଫୁଟ ପାଣି ଛଡ଼ାଯାଉଛି । ହୀରାକୁଦ ଜଳସ୍ତର ୬୨୫.୨୧ ଫୁଟ ଥିଲା ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ