ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସକାଳ ଭୁବନେଶ୍ୱରରୁ ବାହାରି ପ୍ରାୟ ୧୦ରେ ପୁରୀ ସମଙ୍ଗ ହେଲିପ୍ୟାଡ୍‌ରେ ପହଞ୍ଚି ଥିଲେ । ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜ୍ୟପାଳ, ନୌସେନାର ବରିଷ୍ଠ ଅଧିକାରୀ, ମୁଖ୍ୟ ଶାସନ ସଚିବ, ଜିଲ୍ଲାପାଳ ଓ ଏସ୍‌ପି ସ୍ୱାଗତ କରିଥିଲେ । ପରେ ରାଷ୍ଟ୍ରପତିଙ୍କୁ ଶ୍ରୀମନ୍ଦିରକୁ ପାଛୋଟି ନିଆଯାଇଥିଲା । ସିଂହଦ୍ୱାରଠାରେ ଗଜପତି ଦିବ୍ୟସିଂହଦେବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଅନ୍ୟମାନେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବଡ଼ ଦାଣ୍ଡରୁ ଚାଲି ଚାଲି ଶ୍ରୀମନ୍ଦିର ଯାଇଥିଲେ ।

ସାତପାହାଚ ଦେଇ ବଡ଼ଦେଉଳକୁ ପ୍ରବେଶ କରିବା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନଙ୍କୁ ଗର୍ଭଗୃହରେ ଦର୍ଶନ କରିଥିଲେ । ସେଠାରେ ସେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଧୂପଦୀପ ଦେଇ ଆଳତି କରିଥିଲେ । ସେଠାରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ । ରାଷ୍ଟ୍ରପତିଙ୍କ ଦର୍ଶନ ପାଇଁ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ