ମହାପ୍ରଭୁଙ୍କ ଆଶୀର୍ବାଦରୁ ସୁରୁଖୁରୁରେ ବାହୁଡ଼ା ଯାତ୍ରା ଚାଲିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶ୍ରୀକ୍ଷେତ୍ର ପୁର‌ୀରେ ଆଜି ଶାନ୍ତି ଶୃଙ୍ଖଳାର ସହିତ ମହାପ୍ରଭୁଙ୍କ ରଥଯାତ୍ରା ଜାରି ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ସୁରୁଖୁରୁରେ ଚାଲିଛି ବାହୁଡ଼ା ଯାତ୍ରା। ଭକ୍ତମାନଙ୍କ ଶାନ୍ତିଶୃଙ୍ଖଳା ଦର୍ଶନ ପାଇଁ ଗ୍ରୀନ୍ କରିଡ଼ର ସହିତ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୨୫ ହଜାରରୁ ଊର୍ଦ୍ଧ୍ଵ ସୁରକ୍ଷା କର୍ମୀ ମୁତୟନ ହୋଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ସେହିପରି ଯାନବାହନ ଭିଡ଼ ନିୟନ୍ତ୍ରଣ ପାଇଁ ପର୍ୟ୍ୟାପ୍ତ ଟ୍ରାଫିକ ପୋଲିସ ମୁତୟନ ହୋଇଛନ୍ତି। ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନକୁ ସ୍ୱତନ୍ତ୍ର ଏବଂ ସ୍ମରଣୀୟ କରିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାହୋଇଛି ଏବଂ ଲୋକଙ୍କ ମୁଖ୍ୟମନ୍ତ୍ରୀ ନିଜେ ଏହାର ସମୀକ୍ଷା କରୁଛନ୍ତି।

ଶ୍ରୀକ୍ଷେତ୍ରରେ ପବିତ୍ର ବାହୁଡ଼ା ଯାତ୍ରା ଜାରି ରହିଛି। ଅପରାହ୍‌ଣ ୩ଟାରୁ ରଥଟଣା କାର୍ୟ୍ୟ ଆରମ୍ଭ ହୋଇଛି। ଆଗେ ଆଗେ ପ୍ରଭୁ ବଳଭଦ୍ର ଯାଉଛନ୍ତି। ତାଙ୍କ ପଛକୁ ଅର୍ଥାତ ମଝିରେ ଭଉଣୀ ସୁଭଦ୍ରା ଓ ପଛରେ କାଳିଆ ଆସୁଛନ୍ତି।ଆଜି ଅପରାହ୍‌ଣ ୪ଟାରେ ରଥଟଣା ପାଇଁ ସମୟ ଧାର୍ୟ୍ୟ କରାଯାଇଥିଲା। କିନ୍ତୁ ମହାପ୍ରଭୁଙ୍କ ଅପରା କରୁଣାରୁ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ହୋଇଛି। ସନ୍ଧ୍ୟା ସାଢ଼େ ୭ଟା ସୁଦ୍ଧା ଶ୍ରୀମନ୍ଦିର ସମ୍ମୁଖରେ ତିନି ରଥ ପହଞ୍ଚିଯିବ ବୋଲି ଶ୍ରଦ୍ଧାଳୁମାନେ ଆଶା ରଖିଛନ୍ତି।

  • Related Posts

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ