ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ୫ ଡଙ୍ଗା

ପୁରୀ : ଆସନ୍ତା ୨୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା। ନରେନ୍ଦ୍ର ସରୋବରରେ ନନ୍ଦା ଓ ଭଦ୍ରା ଚାପରେ ନୌକାବିହାର କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମାଙ୍କ ସହ ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚୁ ପାଣ୍ଡବ। ଏଥିପାଇଁ ଚୈତ୍ର ପୂର୍ଣ୍ଣିମା ଅବସରରେ ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ଓ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଭୋଇ ସେବାୟତମାନେ ନରେନ୍ଦ୍ର ସରୋବରରୁ ଡଙ୍ଗା କାଢିଛନ୍ତି। ନନ୍ଦା ଓ ଭଦ୍ରା ଚାପରେ ବ୍ୟବହୃତ ଚାରୋଟି ଡଙ୍ଗା ସହ ବୈଜୟନ୍ତରୀ ଡଙ୍ଗାକୁ ମିଶାଇ ପାଞ୍ଚୋଟି ଡଙ୍ଗା କଢାଯାଇଛି। ଏହି ଡଙ୍ଗା ଗୁଡିକ ଶୁଖାଯିବା ସହ ଏହାର ଆବଶ୍ୟକୀୟ ମରାମତି କରାଯିବ।
ସୂଚନା ଯୋଗ୍ୟ, “ଚନ୍ଦନଯାତ୍ରା” ହେଉଛି ଶ୍ରୀମନ୍ଦିରରେ ସବୁଠାରୁ ଅଧିକ ଦିନ ଧରି ପାଳିତ ହେଉଥିବା ପର୍ବ। ପ୍ରଭୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମୁକ୍ତି ପାଇବା ପାଇଁ ଏହି ଯାତ୍ରା କରିଥାନ୍ତି । ଯାହା ମୋଟ ୪୨ ଦିନ ଧରି ପାଳିତ ହୋଇଥାଏ। ଏହା ଦୁଇଟି ପର୍ୟ୍ୟାୟରେ ଅନୁଷ୍ଠିତ ହୋଇଥାଏ, ପ୍ରଥମ ୨୧ ଦିନ ନରେନ୍ଦ୍ର ପୁଷ୍କରିଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ ଦିନ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଯାତ୍ରା ରୂପେ ପାଳିତ ହୋଇଥାଏ।

ଗତବର୍ଷ ଚନ୍ଦନ ଯାତ୍ରା ସରିବା ପରେ ଏହି ଡଙ୍ଗା ଗୁଡିକ ନରେନ୍ଦ୍ର ପୁଷ୍କରିଣୀରେ ବୁଡାଇ ରଖାଯାଇଥିଲା। ଆଜି ସକାଳୁ ୩୦ ଜଣ ଭୋଇ ସେବାୟତ ଅକ୍ଳାନ୍ତ ପରିଶ୍ରମ କରି ଡଙ୍ଗାକୁ ପାଣି ଭିତରୁ କାଢିଛନ୍ତି।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ