ମହାରାଷ୍ଟ୍ର ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନଠାରୁ ଆରମ୍ଭ କରି ସାରା ଦେଶରେ ହୋଇଥିବା ଉପନିର୍ବାଚନରେ ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ଖୁସିରେ ଗଦ୍‌ଗଦ୍‌ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଷ୍ଟ୍ର ନିର୍ବାଚନରେ ଏନ୍‌ଡିଏ କର୍ମୀଙ୍କ କଠିନ ପରିଶ୍ରମକୁ ସେ ପ୍ରଶଂସା କରିଛନ୍ତି। ଏଥିସହ ସେ ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ‘ଏକ୍ସ’ ହ୍ୟାଣ୍ଡେଲରେ ଗୋଟିଏ ପରେ ଗୋଟିଏ ପୋଷ୍ଟ କରିଛନ୍ତି। ଏହା ‘ବିକାଶର ବିଜୟ, ଉତ୍ତମ ଶାସନର ବିଜୟ । ଏକଜୁଟ୍‌ ହୋଇ ଆମେ ଆହୁରୀ ଉଚ୍ଚକୁ ଉଠିବା। ଏନ୍‌ଡିଏର ଐତିହାସିକ ବିଜୟ ଲାଗି ମହାରାଷ୍ଟ୍ରର ଭାଇ-ଭଉଣୀଙ୍କୁ , ବିଶେଷକରି ରାଜ୍ୟର ଯୁବକ-ମହିଳାମାନଙ୍କୁ କୃତଜ୍ଞତା ଜଣାଉଛି। ଏହି ସ୍ନେହ ଏବଂ ଆଦର ଅତୁଳନୀୟ। ମହାରାଷ୍ଟ୍ରର ଅଗ୍ରଗତି ପାଇଁ ଆମର ସହଯୋଗୀ ମେଣ୍ଟ କାର୍ଯ୍ୟ ଜାରି ରଖିବ। ଜୟ ମହାରାଷ୍ଟ୍ର ବୋଲି ସେ ଲେଖିଛନ୍ତି।

ଝାଡ଼ଖଣ୍ଡ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ପ୍ରତିକ୍ରିୟା ରଖିଛନ୍ତି। ଝାଡ଼ଖଣ୍ଡ ଲୋକ ଆମ ପ୍ରତି ସମର୍ଥନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଉଛି। ଲୋକଙ୍କ ସମସ୍ୟା ଉଠାଇବା ଏବଂ ରାଜ୍ୟ ପାଇଁ କାର୍ଯ୍ୟ କରିବାରେ ସର୍ବଦା ଆଗରେ ରହିବୁ। ତେବେ ରାଜ୍ୟରେ ପ୍ରଦର୍ଶନ ଲାଗି ଜେଏମ୍‌ଏମ୍‌ ହେମନ୍ତ ସୋରେନଙ୍କ ନେତୃତ୍ୱାଧୀନ ମେଣ୍ଟକୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି।

  • Related Posts

    କବିସୂର୍ଯ୍ୟନଗର ଥାନାରେ ହାଜତ ମୃତ୍ୟୁ ଘଟଣା; OHRCଙ୍କୁ ଭେଟିଲା ବିଜେଡି

    ଭୁବନେଶ୍ୱର: କବିସୂର୍ଯ୍ୟନଗର ଥାନାରେ ହାଜତ ମୃତ୍ୟୁ ଘଟଣା ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଦେବା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଆଜି ରାଜ୍ୟ…

    Continue reading
    ପୁରୀରେ କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

    ପୁରୀ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି। ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ