ମହିଳାଙ୍କୁ ଦଳିଦେଲା ଦନ୍ତା

କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ କୁଚିଣ୍ଡା ତଥା କୁଚିଣ୍ଡା ଆଖପାଖ ରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବନବିଭାଗ ହାତୀ ଘଉଡ଼ାଇବାରେ ନାକେଦମ ହୋଇପଡ଼ିଥିଲା । ସନ୍ଧ୍ୟା ସମୟରେ ହାତୀ ପତ୍ରାପାଲି ଅଞ୍ଚଳରେ ରହିଥିବା ବେଳେ ଆଜି ଭୋରରୁ ଅଞ୍ଜଳି ଶୌଚ ହେବାକୁ ନଦୀକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣା ସ୍ଥଳରେ ପୁଲିସ ଓ ବନବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି ।
ସେପଟେ ହିନ୍ଦୋଳ ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଜୟପଙ୍ଗା ଗାଁର ସ୍ଵପ୍ନେଶ୍ଵର ବିଶ୍ୱାଳଙ୍କୁ ଏକ ଦନ୍ତା ହାତୀ ମନ୍ଦିରରୁ ଘୋଷାଡ଼ି ଦଳି ଦେଇଛି । ସେ ସନ୍ଧ୍ୟା ସମୟରେ ମନ୍ଦିରକୁ ଯାଇଥିଲେ ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ବନ ବିଭାଗ ପହଞ୍ଚି ଶବକୁ ଉଦ୍ଧାର କରି ହିନ୍ଦୋଳ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଛି ।

  • Related Posts

    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading
    ୧୩ରେ ବଙ୍ଗୋପସାଗରରେ ଲଘୁଚାପ

    ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏହା ଲଘୁଚାପରେ ପରିଣତ ହୋଇପାରେ । ଏହା ଉତ୍ତର, ପଶ୍ଚିମ ଦିଗରେ ମୁହାଁଇ ଉତ୍ତର ତାମିଲନାଡୁ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ