ମହିଳାଙ୍କ ଗଳା କାଟି ରାସ୍ତାକୁ ଫିଙ୍ଗିଦେଲେ, ଖୋଜୁଛି ପୋଲିସ୍

ଗଳା କାଟି ମହିଳାଙ୍କୁ ରାସ୍ତା ପାର୍ଶ୍ୱରେ ଫିଙ୍ଗିଦେଲେ! ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ଼ ଜିଲ୍ଲା ବାଣୀଗୋଚ୍ଛା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ମୃତଦେହ ଜବତ କରି ମହିଳାଙ୍କ ପରିଚୟ ଖୋଜୁଛି ।
ବାଣୀଗୋଚ୍ଛା ଥାନା କୁଜାମେଣ୍ଡି ପଞ୍ଚାୟତ ଗଙ୍ଗାଡିହ ଗାଁ ପାର୍ଶ୍ୱ ଜଙ୍ଗଲୀ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିଲା। ତାଙ୍କ ବେକ କାଟି ଦିଆଯାଇଥିଲା। ତାଙ୍କ ବୟସ ପ୍ରାୟ ୪୫ ବର୍ଷ ହେବ। ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଗାଁ ଲୋକେ ଦେଖି ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ଏନେଇ ଥାନାକୁ ଖବର ଦେଇଥିଲେ। ସାଇଣ୍ଟିଫିକ୍‌ ଓ ସନ୍ଧାନୀ କୁକୁର ସହାୟତାରେ ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ମହିଳାଙ୍କ ପରିଚୟ ଜାଣିବା ପାଇଁ ଆଖପାଖ ଗାଁ ଲୋକଙ୍କୁ ପଚରାଉଚରା କରୁଛି। ହେଲେ ମହିଳାଙ୍କ ପରିଚୟ ଜଣାପଡ଼ିନାହିଁ।
ପୁଲିସ୍‌ ଅପରାହ୍ନରେ ମହିଳାଙ୍କ ମୃତଦେହ ଜବତ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। କିଏ, କାହିଁକି ଓ କେଉଁ ଉଦ୍ଦେଶ୍ୟରେ ମହିଳାଙ୍କୁ ହତ୍ୟା କଲା, ତାହା ଜଣାପଡ଼ି ନାହିଁ। ମହିଳାଙ୍କ ପରିଚୟ ଜଣାପଡ଼ୁନଥିବାରୁ ପୁଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ତଥାପି ବିଭିନ୍ନ ଦିଗରୁ ପୁଲିସ୍‌ ତଦନ୍ତ ଚଳାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ