ମହିଳା ଏସିଆ କପ ହକି: ଆଜି ଭାରତ-ଚୀନ ଫାଇନାଲ

ହ୍ବାଙ୍ଗଝୋ : ଚୀନର ହ୍ବାଙ୍ଗଝୋରେ ଚାଲିଥିବା ମହିଳା ଏସିଆ କପ୍‌ ହକି -୨୦୨୫ ଚମ୍ପିଆନସିପର ଫାଇନାଲରେ ଭାରତ ପ୍ରବେଶ କରିଛି। ଆଜି ଭାରତ ଓ ଚୀନ ମଧ୍ୟରେ ଫାଇନାଲ ଖେଳାଯିବ। ଶନିବାର ସୁପର-୪ର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଗୁରୁତ୍ବପୂର୍ଣ୍ଣ ମ୍ୟ‌ାଚ ୧-୧ ଗୋଲ ବରାବରରେ ଶେଷ ହୋଇଛି। ମ୍ୟାଚ ବରାବର ରହିବାରୁ ଉଭୟ ଦଳ ୧ ପଏଣ୍ଟ ଲେଖାଏଁ ପାଇଛନ୍ତି। ଭାରତ ଉକ୍ତ ମ୍ୟାଚକୁ ଡ୍ର ରଖି ଫାଇନାଲରେ ପହଞ୍ଚିଥିବାବେଳେ ଜାପାନ ଓ ଦକ୍ଷିଣ କୋରିଆ ବାଦ ପଡ଼ିଛନ୍ତି। ଭାରତ ୩ଟି ମ୍ୟାଚରୁ ଗୋଟିଏ ବିଜୟ, ଗୋଟିଏ ଡ୍ର ଓ ଗୋଟିଏ ପରାଜୟ ସହ ୪ ପଏଣ୍ଟ ପାଇ ସୁପର-୪ର ଦ୍ବିତୀୟ ସ୍ଥାନରେ ରହି ଫାଇନାଲ ଖେଳିବାକୁ ଯୋଗ୍ୟତା ହାସଲ କରିଛି। ଅନ୍ୟପକ୍ଷରେ ଜାପାନ ୨ ଓ ଦକ୍ଷିଣ କୋରିଆ ୧ ପଏଣ୍ଟ ପାଇ ଫାଇନାଲରୁ ବାଦ୍‌ ପଡ଼ିଛନ୍ତି। ଫାଇନାଲ ଖେଳିବା ଲାଗି ଭାରତକୁ ଜାପାନ ବିପକ୍ଷ ମ୍ୟାଚ ବିଜୟ ଜରୁରୀ ଥିଲା। ଦଳ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିଲା। ଜାପାନ ମଧ୍ୟ ଭାରତକୁ କଡ଼ା ଟକ୍କର ଦେଇଥିଲା। ୭ ମିନିଟ୍‌ରେ ଭାରତ ଗୋଲ ଦେଇ ଅଗ୍ରଣୀ ହାସଲ କରିଥିଲା। ବିୟୁଟି ଡୁଙ୍ଗଡୁଙ୍ଗ ଗୋଲ ଦେଇ ଭାରତକୁ ୧-୦ରେ ଆଗୁଆ କରିଥିଲେ। ଦ୍ବିତୀୟ କ୍ବାର୍ଟର ଗୋଲଶୂନ୍ୟ ରହିଥିଲା। ତୃତୀୟ କ୍ବାର୍ଟରରେ ଉଭୟ ଦଳ ଗୋଲ ଦେବା ନେଇ ଆକ୍ରମଣ ଓ ପ୍ରତି ଆକ୍ରମଣ କରିଥିଲେ ମଧ୍ୟ କେହି କାହାରିକୁ ଗୋଲ ଦେଇପାରିନଥିଲେ। ଚତୁର୍ଥ କ୍ବାର୍ଟର ତଥା ଖେଳର ୫୭ ମିିନିଟ୍‌ରେ ଜାପାନ ଗୋଲ ଦେଇ ମ୍ୟାଚକୁ ବରାବର କରିଥିଲା। ଜାପାନ ପକ୍ଷରୁ ସିକୋ କୋବାୱା ଗୋଲ ଦେଇ ମ୍ୟାଚକୁ ୧-୧ ବରାବର କରିଥିଲେ। ଉକ୍ତ ମ୍ୟାଚରେ ଭାରତୀୟ ଫରୱାର୍ଡ ନବନୀତ କୌର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ସୁପୀର-୪ର ଶେଷ ମ୍ୟାଚରେ ଚୀନ ୧-୦ ଗୋଲରେ ଦକ୍ଷିଣ କୋରିଆକୁ ପରାସ୍ତ କରିଥିଲା। ଜାପାନ ୩ଟି ମ୍ୟାଚରୁ ଦୁଇଟି ଡ୍ର ଓ ଗୋଟିଏ ପରାଜୟ ସହ ୨ ପଏଣ୍ଟ ପାଇ ତୃତୀୟ ଓ ଦକ୍ଷିଣ କୋରିଆ ୩ଟି ମ୍ୟାଚରୁ ଗୋଟିଏ ଡ୍ର ଓ ଦୁଇଟି ପରାଜୟ ସହ ୧ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ରବିବାର ଦକ୍ଷିଣ କୋରିଆ ଓ ଜାପାନ ମଧ୍ୟରେ ତୃତୀୟ ସ୍ଥାନ ପାଇଁ ମ୍ୟାଚ ଖେଳାଯିବ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ