ମହିଳା ସରପଞ୍ଚଙ୍କ ଉପରେ ହେଉଥିବା ଦମନଲୀଳାର ସାକ୍ଷୀ ରହୁଛି ଓଡ଼ିଶା: ନବୀନ

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଘଟଣା ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି । ତାଙ୍କ ଉପରେ ହୋଇଥିବା ଅତ୍ୟାଚାର ହେବା ସହ ପୁଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଥିବାବେଳେ ଏହାକୁ ନେଇ ରାଜନୈତିକ ମାହୋଲ ସରଗରମ ହେବାରେ ଲାଗିଛି । ସେପଟେ ଏହି ଘଟଣାକୁ ନିନ୍ଦା କରିବା ସହ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ନବୀନ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି କି, ଲୋକଙ୍କ ସ୍ୱର ଉଠାଇ ବିଜେପି ସରକାରରେ ଜଣେ ମହିଳା ସରପଞ୍ଚଙ୍କ ଉପରେ ହେଉଥିବା ଦମନଲୀଳାର ସାକ୍ଷୀ ରହୁଛି ଓଡ଼ିଶା । ମହାକାଳପଡ଼ା, ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ଉପରେ ସର୍ବସମ୍ମୁଖରେ ସରକାରୀ କାର୍ଯ୍ୟାଳୟ ଭିତରେ ହୋଇଥିବା ଅକଥନୀୟ ଅତ୍ୟାଚାର ଗଣତନ୍ତ୍ର ରାଷ୍ଟ୍ରରେ କଦାପି ଶୋଭନୀୟ ନୁହେଁ। ମହିଳା ସରପଞ୍ଚଙ୍କ ସ୍ୱର ଚାପିବା ପାଇଁ ବିଜେପି ସରକାର ସବୁ ସ୍ତରରେ କରୁଥିବା ହୀନ ଉଦ୍ୟମ ଜଳଜଳ ଦେଖାଯାଉଛି।

‘ନାରୀ ଶକ୍ତି ବନ୍ଦନ’ କହି ବଡ଼ ବଡ଼ କଥା କହୁଥିବା ବିଜେପିର ବାସ୍ତବରେ ଏହା କ’ଣ ନାରୀଙ୍କୁ ସମ୍ମାନ? ବିଜେପି ସରକାରରେ ଜଣେ ମହିଳା ସରପଞ୍ଚ ନିଜ ପଞ୍ଚାୟତର ଦାବି ଉଠାଇ ଯଦି ଏପରି ସ୍ଥିତିର ସାମ୍ନା କରୁଛି ତେବେ ରାଜ୍ୟରେ ଅଗଣିତ ମହିଳାଙ୍କ ସ୍ଥିତି କ’ଣ ତାହା ସ୍ପଷ୍ଟ ଅନୁମେୟ। ବିଜେପି ନେତାମାନେ ବାରମ୍ବାର ସରକାରୀ କାର୍ଯ୍ୟାଳୟରେ ପଶି ଘଟାଇଥିବା ଅଭାବନୀୟ କାଣ୍ଡ ସାରା ଓଡ଼ିଶା ଦେଖିଛି। ସେମାନଙ୍କ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି? ବିଜେପି ଶାସନରେ ଆଇନ କ’ଣ ଅଲଗା ଅଲଗା?

ଏହାସହ ନବୀନ ଲେଖିଛନ୍ତି କି, ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୁରନ୍ତ ହସ୍ତକ୍ଷେପ କରି ଗଣତନ୍ତ୍ରର ଗରିମା ଓ ମହିଳାଙ୍କ ସ୍ୱାଭିମାନର ସୁରକ୍ଷା ସୁନିଶ୍ଚିତ କରନ୍ତୁ ।

  • Related Posts

    ଓଡ଼ିଶା ଆଉ ଶାନ୍ତିପ୍ରିୟ ରାଜ୍ୟ ହୋଇନାହିଁ:ସୁଲତା ଦେଓ

    ଭୁବନେଶ୍ଵର: ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା। ପ୍ରେସମିଟ୍ ରେ ବର୍ଷିଲା ବିରୋଧୀ ଦଳ। ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ କହିଛନ୍ତି ଯେ, ରାୟଗଡ଼ାର ଯେଉଁ ଚିତ୍ର ସମସ୍ତଙ୍କୁ ଆନ୍ଦୋଳିତ କରୁଛି। ଓଡ଼ିଶା ଆଉ ଶାନ୍ତିପ୍ରିୟ ରାଜ୍ୟ ହୋଇନାହିଁ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ‘ତୁରନ୍ତ ଭତ୍ତା ଟଙ୍କା ପ୍ରଦାନ କରାଯାଉ’

    ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୮ ଲକ୍ଷ ସାମାଜିକ ସୁରକ୍ଷା ପେନ୍‌ସନଭୋଗୀଙ୍କୁ ଗତ ୩ ମାସ ହେଲା ପେନ୍‌ସନ ଟଙ୍କା ମିଳିନାହିଁ। ଭତ୍ତା ଟଙ୍କା ଉପରେ ନିର୍ଭର କରୁଥିବା ସମସ୍ତଙ୍କୁ ତୁରନ୍ତ ଏହା ପ୍ରଦାନ କରିବାକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ